Masthead

ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ, ୬ ଜିଲ୍ଲାକୁ ଅରେଞ୍ଜ ସତର୍କତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅବପାତ ପ୍ରଭାବରେ ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଲାଙ୍ଗୀର, ନୂଆପଡା, ବରଗଡ , ସୁନ୍ଦରଗଡ, ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ସତର୍କତା ଜାରି କରାଯାଇଛି। ଅବପାତ ଏହି ସବୁ ଜିଲ୍ଲା ଦେଇ ଗତି କରୁଥିବାରୁ ପାଣିପାଗ ବିଭାଗରୁ ଆସନ୍ତା ୩ ଘଣ୍ଟା ପାଇଁ ଆଲର୍ଟ ଜାରି କରାଯାଇଛି। ସେହିପରି ବୌଦ୍ଧ , ସୋନପୁର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି , ଦେବଗଡ, ନବରଙ୍ଗପୁର , ନୟାଗଡ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେପଟେ ସମ୍ଭାବ୍ୟ ଲଗାଣ ବର୍ଷା ଫଳରେ ବିଭିନ୍ନ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମି ରହିବାର ସମ୍ଭାବନା ରହିଛି।

ଭୁବନେଶ୍ୱରରେ ଜଳ ନିଷ୍କାସନ ପାଇଁ ୩୦ଟି, କଟକ ଓ ପୁରୀରେ ୧୦ଟି ଲେଖାଏଁ ପମ୍ପ ଲଗାଇବାକୁ ଏସଆରସି ନିର୍ଦେଶ ଦେଇଛନ୍ତି। ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢୀ ସମସ୍ତ ମହାନଗର ନିଗମର ଆୟୁକ୍ତଙ୍କ ସମେତ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ସତର୍କ ରହିବାକୁ ନିର୍ଦେଶ ଦେଇଛନ୍ତି। ଖାଲୁଆ ତଥା ତଳିଆ ସ୍ଥାନଗୁଡିକ ପାଇଁ ପମ୍ପସେଟ୍ ପ୍ରସ୍ତୁତ ରଖିବାକୁ ନିର୍ବାହୀ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଛି। ନୋଡାଲ ଅଧିକାରୀମାନଙ୍କୁ ସଂପୃକ୍ତ ଜିଲାର ପୌରାଞ୍ଚଳଗୁଡିକର ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବା ସହ ତଦାରଖ କରିବାକୁ ନିର୍ଦେଶ ଦେଇଛନ୍ତି।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼