Masthead

ଓଡ଼ିଆ ଅସ୍ମିତାକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଆ ଅସ୍ମିତାକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ । ନବୀନଙ୍କୁ ଜବାବ ଦେଲେ ଜୟନାରାୟଣ ମିଶ୍ର । ଜୟନାରାୟଣ ମିଶ୍ର ଟ୍ୱିଟ କରି ଲେଖିଛନ୍ତି ବୋଲି ଲେଖିଛନ୍ତି ଜୟନାରାୟଣ । ରେଭେନ୍ସା ନାଁ ପରିବର୍ତ୍ତନକୁ ନେଇ ସାରା ରାଜ୍ୟରେ ଜାରି ରହିଛି ବିତର୍କ। ଏହି ସମୟରେ ଓଡ଼ିଶାର ଇତିହାସକୁ ନେଇ ମଧ୍ୟ ତର୍କବିତର୍କ କରାଯାଉଛି। ଏହାରି ଭିତରେ ସୋସିଆଲ ମିଡିଆରେ ନିଜର ମତ ରଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।

ରେଭେନ୍ସା ନାମ ପରିବର୍ତ୍ତନ ପ୍ରସଙ୍ଗ ଉଠାଇନଥିଲେ ମଧ୍ୟ ଇତିହାସକୁ ବିକୃତ କରିବା ପାଇଁ କିଛି ଲୋକ ଅପଚେଷ୍ଟା କରୁଥିବା କହିଛନ୍ତି। ନବୀନ କହିଛନ୍ତି, ମହାପୁରୁଷଙ୍କ ପ୍ରତି ସମ୍ମାନ, କୃତଜ୍ଞ ରହିବା ଜାତିର ନୈତିକ ଦାୟିତ୍ବ। ମହାପୁରୁଷଙ୍କ ତ୍ୟାଗ, ସାଧନା ଓ ଦୂରଦୃଷ୍ଟି ଦ୍ବାରା ଗଢି ଉଠିଥିବା ଉତ୍କର୍ଷ ଅନୁଷ୍ଠାନ ଜାତିର ଅକ୍ଷୟ କୀର୍ତ୍ତି। ଓଡ଼ିଆ ଭାଷା ଓ ସାହିତ୍ୟର ଉନ୍ନତିରେ ବ୍ୟାସକବି ଫକୀରମୋହନଙ୍କ ଅବଦାନ ରହିଛି। ଇତିହାସକୁ ବିକୃତ କରିବା ପାଇଁ କିଛି ଲୋକ ଅପଚେଷ୍ଟା କରୁଛନ୍ତି। ଆଗାମୀ ପିଢି ପାଇଁ ଏହା କି ବାର୍ତ୍ତା ଦେବ ବୋଲି ସେ ପ୍ରଶ୍ନ କରିଛନ୍ତି । ଯାହାକୁ ନେଇ ନବୀନଙ୍କ ସୋସିଆଲ ମିଡିଆ ପୋଷ୍ଟର ଜବାବ ରଖିଛି ବିଜେପି। ବିଧାୟକ ଜୟନାରାୟଣ ମିଶ୍ର ଲେଖିଛନ୍ତି, ଓଡ଼ିଆ ଅସ୍ମିତାର ମର୍ମ ବୁଝିବା ପାଇଁ ଆପଣଙ୍କୁ ଆହୁରି ଗୋଟିଏ ଜନ୍ମ ଲାଗିବ।

୨୫ ବର୍ଷରେ ଓଡ଼ିଆ ଅସ୍ମିତାକୁ ଆପଣ ଯେଉଁ ଅବସ୍ଥାରେ ଛାଡି ଯାଇଛନ୍ତି, ଓଡ଼ିଶାର ଲୋକେ ତାକୁ ବୁଝି ଠିକଣା ଜବାବ ଦେଇଛନ୍ତି। ସେଥିପାଇଁ ଆପଣଙ୍କ ନେତୃତ୍ବାଧୀନ ସରକାରକୁ ବିଦା କରିଛନ୍ତି। ପୁରୀର ମଠ ମନ୍ଦିର, ରଘୁନନ୍ଦନ ଲାଇବ୍ରେରୀ ସହ ଓଡ଼ିଆ ଅସ୍ମିତାର ଚିହ୍ନ ଥିବା ଐତିହ୍ୟ ପ୍ରମାଣକୁ ଧୂଳିସାତ୍ କଲା ବେଳେ ଐତିହ୍ୟ କେଉଁଠି ଥିଲା ବୋଲି ସେ ପ୍ରଶ୍ନ କରିଛନ୍ତି। ଏହା ସହ ଅନେକ ପ୍ରସଙ୍ଗରେ ନବୀନଙ୍କୁ ଘେରିଛନ୍ତି ଜୟନାରାୟଣ ମିଶ୍ର।

ଆପଣ ରିଲ୍ କୁ ଭାଇରାଲ୍ କରାଇବାରେ ବିଶ୍ୱାସ କରନ୍ତି ଆମେ ଆଉ ଆମ ଦଳ ବ୍ରାଣ୍ଡକୁ ପ୍ରତିଷ୍ଠିତ କରାଇବାରେ ଦୃଢ ବିଶ୍ୱାସ ରଖେ । ଆମ ମହାପୁରୁଷମାନଙ୍କ ଠାରୁ ଆପଣ କ’ଣ ଅନୁପ୍ରାଣିତ ହୋଇଛନ୍ତି, ପୂର୍ବ ଦିନ ମାନଙ୍କରେ ସମଗ୍ର ରାଜ୍ୟବାସୀ ଦେଖିସାରିଛନ୍ତି । ଓଡ଼ିଶାର ମହାପୁରୁଷମାନଙ୍କ ପ୍ରତି ତ୍ୟାଗ, ସାଧନା ଓ ଆଦର୍ଶରେ ଭାରତୀୟ ଜନତା ପାର୍ଟିର ନେତୃବୃନ୍ଦ ସର୍ବୋପରି ଅନୁପ୍ରାଣିତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!