Masthead

ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ପରଲୋକ

ଭୁବନେଶ୍ୱର: କରୋନା ଦେଇଛି ଆଉ ଏକ ଦାରୁଣ ଦୁଃଖ । ଆଖି ବୁଜିଛନ୍ତି ଯୁବ ସାମ୍ବାଦିକ ପ୍ରବୀର କୁମାର ପ୍ରଧାନ । ଟେଲିଭିଜନ ସାମ୍ବାଦିକତାରେ ଦକ୍ଷ କ୍ରାଇମ ରିପୋର୍ଟର ଭାବେ ବେଶ୍ ଜଣାଶୁଣା ପ୍ରବୀର । କିଛି ଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ତାଙ୍କ ପିତାଙ୍କ ମଧ୍ୟ ଦେହାନ୍ତ ହୋଇଥିଲା । ଏହାର କିଛି ଦିନ ପରେ ପ୍ରବୀର ମଧ୍ୟ କୋଭିଡରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ତେବେ ତାଙ୍କ ସ୍ୱାସ୍ଥ୍ୟରେ ଅବନତି ହେବାରୁ ଭେଣ୍ଟିଲେଟରରେ ଭର୍ତ୍ତି କରାଯାଇଥିଲା । ଆଜି ସକାଳୁ ତାଙ୍କ ମୃତ୍ୟୁର ଦୁଃଖଦ ଖବର ଆସିଥିଲା । କୋଭିଡ ଯୁଦ୍ଧରେ ଏହି ପ୍ରତିଭାବାନ ସାମ୍ବାଦିକ ହାରିଯାଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୫ ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ