Masthead

ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ପରଲୋକ

ଭୁବନେଶ୍ୱର: କରୋନା ଦେଇଛି ଆଉ ଏକ ଦାରୁଣ ଦୁଃଖ । ଆଖି ବୁଜିଛନ୍ତି ଯୁବ ସାମ୍ବାଦିକ ପ୍ରବୀର କୁମାର ପ୍ରଧାନ । ଟେଲିଭିଜନ ସାମ୍ବାଦିକତାରେ ଦକ୍ଷ କ୍ରାଇମ ରିପୋର୍ଟର ଭାବେ ବେଶ୍ ଜଣାଶୁଣା ପ୍ରବୀର । କିଛି ଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ତାଙ୍କ ପିତାଙ୍କ ମଧ୍ୟ ଦେହାନ୍ତ ହୋଇଥିଲା । ଏହାର କିଛି ଦିନ ପରେ ପ୍ରବୀର ମଧ୍ୟ କୋଭିଡରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ତେବେ ତାଙ୍କ ସ୍ୱାସ୍ଥ୍ୟରେ ଅବନତି ହେବାରୁ ଭେଣ୍ଟିଲେଟରରେ ଭର୍ତ୍ତି କରାଯାଇଥିଲା । ଆଜି ସକାଳୁ ତାଙ୍କ ମୃତ୍ୟୁର ଦୁଃଖଦ ଖବର ଆସିଥିଲା । କୋଭିଡ ଯୁଦ୍ଧରେ ଏହି ପ୍ରତିଭାବାନ ସାମ୍ବାଦିକ ହାରିଯାଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୫ ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ