Masthead

ଛାତରୁ ଡେଇଁ ଆତ୍ମହତ୍ୟା କଲେ ମଲାଇକାଙ୍କ ବାପା!

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଲିଉଡ୍ ଅଭିନେତ୍ରୀ ମଲାଇକା ଅରୋରାଙ୍କ ବାପା ଅନୀଲ ଅରୋରା ଆତ୍ମହତ୍ୟା କରିଛନ୍ତି। ଅନୀଲ ଅରୋରା ଆଜି ସକାଳେ ନିଜ ମୁମ୍ବାଇ ବାନ୍ଦ୍ରାସ୍ଥିତ ଫ୍ଲାଟ୍‌ର ଟେରାସରୁ ଡେଇଁ ପଡ଼ିଥିବା ବେଳେ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଘଟଣା ପରେ ପୁଲିସ୍ ପହଞ୍ଚି ଯାଞ୍ଚ କରିବା ସହ ସିସିଟିଭି ଫୁଟେଜ୍ର ଖୋଳତାଡ଼ କରୁଛି। ସେ ଆତ୍ମହତ୍ୟା କରିଛନ୍ତି ନା ଏହା ପଛରେ ଆଉ କିଛି କାରଣ ରହିଛି ତାକୁ ନେଇ ତଦନ୍ତ କରାଯାଉଛି। ସେପଟେ ଅଭିନେତାଙ୍କ ବାପାଙ୍କ ମୃତଦେହ ବାବା ଡାକ୍ତରଖାନାରେ ରଖାଯାଇଛି।

ଏହି ଘଟଣା ବୁଧବାର ସକାଳ ୯ଟାରେ ଘଟିଥିବା ଜଣାପଡିଛି। ଖବରପାଇ ମୁମ୍ବାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି କଷ୍ଟ ସମୟରେ ମଲାଇକାଙ୍କ ପୂର୍ବତନ ସ୍ବାମୀ ଅରବାଜ ଖାନ ମଧ୍ୟ ତାଙ୍କ ଘରେ ପହଞ୍ଚିଛନ୍ତି । ମଲାଇକାଙ୍କ ବାପା ଗତ କିଛି ଦିନ ଧରି ଅସୁସ୍ଥ ଥିଲେ। ଏହାକୁ ନେଇ ପାରିବାରିକ ଅଶାନ୍ତି ବି ଥିବା ଚର୍ଚ୍ଚା ହେଉଛି। ମଚାଣ୍ଟ ନେଭିରୁ ଅବସର ନେବା ପରେ ମୁମ୍ବାଇରେ ଦୀର୍ଘ ବର୍ଷ ଧରି ରହି ଆସୁଥିଲେ ଅନୀଲ ଅରୋରା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ