Masthead

ସମାକୋଇ-ଚକଦର ପ୍ରକଳ୍ପକୁ ବିରୋଧ କରି ୧୨ ଘଣ୍ଟିଆ ତେଲକୋଇ ବନ୍ଦ

ତେଲକୋଇ (ବଡ଼ ଖବର ବ୍ୟୁରୋ): ୧୨ ଘଣ୍ଟିଆ ତେଲକୋଇ ବନ୍ଦ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ତେଲକୋଇ ବନ୍ଦ ଡାକରା ଦେଇଛି। ସମାକୋଇ-ଚକଦର ପ୍ରକଳ୍ପକୁ ବିରୋଧ କରି ବନ୍ଦ ପାଳନ କରାଯାଉଛି। ଜଗମୋହନପୁର ଠାରେ ୪୯ନଂ ଜାତୀୟ ରାଜପଥ ଅବରୋଧ କରାଯାଇଛି। ସମାକୋଇ-ଚକଦର ପ୍ରକଳ୍ପ ସମନ୍ୱୟ ସମିତି ପକ୍ଷରୁ ଏହି ବନ୍ଦ ଡାକରା ଦେଇଛି। ଜଳସେଚନ ପ୍ରକଳ୍ପକୁ ବିରୋଧ କରି ୧୨ ଘଣ୍ଟିଆ ତେଲକୋଇ ବନ୍ଦ ଡାକରା ଦେଇଛି। ଫଳରେ ଆଜି ଦିନ ସାରା ଦୋକାନ ବଜାର ବନ୍ଦ ରହିବ। ସେହିପରି ସ୍କୁଲ, କଲେଜ ସହ ଗାଡ଼ି ଚଳାଚଳ ମଧ୍ୟ ବନ୍ଦ ରହିଛି।

ମୋହନ ମାଝୀ ସରକାରଙ୍କ ପ୍ରଥମ ବଜେଟ୍ ରେ ଅନୁଗୁଳ ସମାକୋଇ ବ୍ୟାରେଜ୍ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ବ୍ୟବସ୍ଥା କରାଗଲା। ଯାହାର ନିର୍ମାଣ ସ୍ଥଳ କେନ୍ଦୁଝର ଜିଲ୍ଲା କରଦାଙ୍ଗୀ ପଞ୍ଚାୟତ ଚକ୍ରଧରପୁର ଠାରେ ରହିଛି। ଏହି ପ୍ରକଳ୍ପ ଅନୁମୋଦନ ହେବା ପରେ ତେଲକୋଇ ବ୍ଲକରେ ବହୁ ଗାଁ ଜଳମଗ୍ନ ହେବା ଆଶଙ୍କାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଗତ ମାସ ୨୭ ତାରିଖରେ ତେଲକୋଇ ବନ୍ଦ ଡାକରା ଦେଇ ପ୍ରକଳ୍ପ ବନ୍ଦ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବି ପତ୍ର ଦିଆଯାଇଥିଲା। କିନ୍ତୁ ସରକାରଙ୍କ ପାଖରୁ କୌଣସି ଉତ୍ତର ନଆସିବାରୁ ପୁନଶ୍ଚ ତେଲକୋଇ ବନ୍ଦ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି