Masthead

୫ ମାସ ପରେ ଜେଲରୁ ବାହରିବେ କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଛି ସୁପ୍ରିମ ଆଶ୍ୱସ୍ତି। ବହୁ ପ୍ରତିକ୍ଷା ପରେ ଆଜି ସୁପ୍ରିମକୋର୍ଟ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଦିଲ୍ଲୀ ଅବକାରୀ ନୀତିରେ ଅର୍ଥ ହେରଫେର ମାମଲାରେ ଜାମିନ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ। ସିବିଆଇ ଦ୍ୱାରା ପଞ୍ଜିକୃତ ହୋଇଥିବା ମାମଲାରେ ଜାମିନ ପ୍ରଦାନ କଲେ ସର୍ବୋଚ୍ଚ ନ୍ୟାୟାଳୟ । ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମାମଲାରେ ଜାମିନ ପାଇଥିଲେ କେଜ୍ରିୱାଲ । ୧୫୬ ଦିନ ପରେ ସେ ଜେଲରୁ ବାହାରିଛନ୍ତି।

କେଜ୍ରିୱାଲ ତାଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଦ୍ୱାରା ପଞ୍ଜିକୃତ ହୋଇଥିବା ଦୁର୍ନୀତି ମାମଲାରେ ଦିଲ୍ଲୀ ହାଇକୋର୍ଟଙ୍କ ଜାମିନ ନାମଞ୍ଜୁର ହେବାରୁ ଦୁଇଟି ପୃଥକ ଆବେଦନ କରିଥିଲେ। ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଏକ ବେଞ୍ଚ ଉଭୟ ଆବେଦନ ଉପରେ ଏହି ରାୟ ପ୍ରଦାନ କରିଛି। ଏହି ବେଞ୍ଚରେ ଜଷ୍ଟିସ ଉଜ୍ୱଳ ଭୂୟାଁ ମଧ୍ୟ ସାମିଲ ଅଛନ୍ତି। ସେପ୍ଟେମ୍ବର ୫ରେ କେଜ୍ରିୱାଲଙ୍କ ଆବେଦନ ଉପରେ ଏହି ଖଣ୍ଡପୀଠ ରାୟ ସଂରକ୍ଷିତ ରଖିଥିଲେ। ଏହି ମାମଲାରେ ସିବିଆଇ ଆମ ଆଦମୀ ପାର୍ଟି ମୁଖ୍ୟଙ୍କୁ ଜୁନ ୨୬ରେ ଗିରଫ କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ