Masthead

କେଜ୍ରିୱାଲଙ୍କୁ ମିଳିଲା ଜାମିନ, କୋର୍ଟ ରଖିଲେ ବଡ଼ ସର୍ତ୍ତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ଆଜି ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜଷ୍ଟିସ ସୂର୍ଯ୍ୟକାନ୍ତ ଏବଂ ଜଷ୍ଟିସ ଉଜ୍ୱଳ ଭୂୟାଁଙ୍କ ବେଞ୍ଚ ତାଙ୍କ ଜାମିନ ଆବେଦନକୁ ମଞ୍ଜୁର କରିଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ସିବିଆଇ ଜୁନ ୨୬ରେ ଗିରଫ କରିଥିଲା। ଏହା ପରେ କେଜ୍ରିୱାଲ ଏହି ଗିରଫଦାରୀକୁ ବେଆଇନ ବୋଲି ଜାମିନ ଆବେଦନ କରିଥିଲେ।

ସେପ୍ଟେମ୍ବର ୫ ରେ ଶେଷ ଶୁଣାଣିରେ କୋର୍ଟ ଏହି ନିଷ୍ପତ୍ତି ସଂରକ୍ଷିତ ରଖିଥିଲେ। କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିବାବେଳେ ସୁପ୍ରିମକୋର୍ଟ କହିଛନ୍ତି, ଚାର୍ଜସିଟ ଦାଖଲ ହୋଇସାରିଛି ଏବଂ ନିକଟ ଭବିଷ୍ୟତରେ ଏହାର ଶୁଣାଣି ଶେଷ ହେବ ନାହିଁ, ତେଣୁ ତାଙ୍କୁ ଦୀର୍ଘ ସମୟ ଜେଲରେ ରଖିବାର କୌଣସି ଯଥାର୍ଥତା ନାହିଁ। ୧୦ ଲକ୍ଷ ଟଙ୍କାର ବ୍ୟକ୍ତିଗତ ମୁଚାଲିକା ବଦଳରେ ତାଙ୍କୁ ଏହି ଜାମିନ ପ୍ରଦାନ କରାଯାଇଛି। ସୁପ୍ରିମକୋର୍ଟ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିଥିବା ବେଳେ ଏଥିନିମନ୍ତେ କିଛି ସର୍ତ୍ତ ବି ଲାଗୁ କରିଛନ୍ତି।

ଜେଲ୍‌ରୁ ମୁକୁଳିବା ପରେ କେଜ୍ରିୱାଲ ନିଜ କାର୍ଯ୍ୟାଳୟକୁ ଯାଇ ପାରିବେନି
କୌଣସି ଫାଇଲ୍‌ରେ ଦସ୍ତଖତ କରି ପାରିବେନି
ସାର୍ବଜନୀନ ସ୍ଥାନରେ ଏହି ମାମଲାରେ ସେ କୌଣସି ବୟାନ ବା ଟିପ୍ପଣୀ ଦେଇ ପାରିବେନି

ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଉଜ୍ଜ୍ୱଳ ଭୂୟାଁଙ୍କୁ ନେଇ ଗଠିତ ଖଣ୍ଡପୀଠ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଇଡି ମାମଲାରେ ପୂର୍ବରୁ କେଜ୍ରିୱାଲଙ୍କୁ ଜାମିନ ମିଳିଥିବା ବେଳେ ଏବେ ସିବିଆଇ ମାମଲାରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ