୬ଟି ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିବେ ମୋଦି, ଓଡ଼ିଶାରେ ଗଡ଼ିବ ଆଉ ୨ ଟ୍ରେନ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ପାଇଁ ଖୁସି ଖବର । ଆଜି ଓଡ଼ିଶାରେ ଗଡିବ ଆଉ ୨ଟି ବନ୍ଦେ ଭାରତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୬ଟି ବନ୍ଦେ ଭାରତ ଏକ୍ସପ୍ରେସ୍ର ଶୁଭାରମ୍ଭ କରିବେ । ତନ୍ମଧ୍ୟରେ ଆଜି ଉଦଘାଟନ ହେବାକୁ ଥିବା ୨ଟି ଏକ୍ସପ୍ରେସ୍ ଓଡ଼ିଶା ଦେଇ ଚଳାଚଳ କରିବ। ଆଜି ପୂର୍ବାହ୍ଣ ୧୧ଟା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିସି ଜରିଆରେ ଏହି ଟ୍ରେନ୍‌ର ଶୁଭାରମ୍ଭ କରିବେ । ବ୍ରହ୍ମପୁରରୁ ଟାଟା ଓ ରାଉରକେଲାରୁ ହାଓଡା ନୂତନ ବନ୍ଦେ ଭାରତ ଚଳାଚଳ କରିବ । ଝାଡ଼ଖଣ୍ଡର ଟାଟାରେ ସକାଳ ୯ଟା୩୦ରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ରହି ଭିଡିଓ କନଫରେନ୍ସରେ ବ୍ରହ୍ମପୁରରୁ ଏହି ଟ୍ରେନ୍ ଚଳାଚଳର ଶୁଭାରମ୍ଭ କରିବେ ।

ସେ ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କରିବେ । ଏହି ଅବସରରେ ରାଜ୍ୟପାଳ ରଘୁବର ଦାସ ରାଉରକେଲାରେ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁର ରେଳ ଷ୍ଟେସନ୍ରେ ଉପସ୍ଥିତ ରହିବେ । ପରେ ମୁଖ୍ୟମନ୍ତ୍ରୀ ସେହି ଟ୍ରେନରେ ଭୁବନେଶ୍ୱର ପର୍ୟ୍ୟନ୍ତ ଯାତ୍ରା କରିବେ । ସେହିପରି ଟିଟିଲାଗଡ଼ ଦେଇ ଯିବାକୁ ଥିବା ରାୟପୁର(ଦୁର୍ଗ)-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସକୁ ୧୬ରେ ଅହମ୍ମଦାବାଦରୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଏହି ଭଳି ଭାବେ ଦୁଇ ଦିନରେ ଓଡ଼ିଶାକୁ ମିଳିବ ୩ ବନ୍ଦେ ଭାରତ ଏକ୍ସପ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ