ଆମେରିକା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ପୁଣି ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ପୁଣି ହତ୍ୟା ଉଦ୍ୟମ। ଫ୍ଲୋରିଡା ସ୍ଥିତ ଗଲ୍ଫ କ୍ଲବରେ ଖେଳୁଥିବା ବେଳେ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ। ତେବେ ଟ୍ରମ୍ପ ସମ୍ପୂର୍ଣ୍ଣ ସୁରକ୍ଷିତ ଅଛନ୍ତି, ତାଙ୍କ ଦେହରେ କୌଣସି ଗୁଳି ବାଜିନଥିବା ଜଣାପଡ଼ିଛି। କିଛି ଦିନ ତଳେ ମଧ୍ୟ ଟ୍ରମ୍ପଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା। ଗତକାଲି ଫ୍ଲୋରିଡା ସ୍ଥିତ ତାଙ୍କ ଗଲ୍ଫ କ୍ଲବରେ ଖେଳୁ ଥିବାବେଳେ ଜଣେ ବ୍ୟକ୍ତି ତାଙ୍କ ଉପରକୁ ଗୁଳିମାଡ଼ କରିଥିଲେ।

ଚାରି ରାଉଣ୍ଡ ଗୁଳିମାଡ଼ ହୋଇଥିଲେ ମଧ୍ୟ ଟ୍ରମ୍ପ ସୁରକ୍ଷିତ ଅଛନ୍ତି, ତାଙ୍କ ଦେହରେ କୌଣସି ଗୁଳି ବାଜି ନାହିଁ। ଘଟଣାସ୍ଥଳରୁ ଫେରାର ହୋଇଥିବା ସନ୍ଦିଗ୍ଧ ଗିରଫ ହେବା ସହ AK 47 ଜବତ କରାଯାଇଛି । ଅଭିଯୁକ୍ତ ଜଣକ ୫୮ ବର୍ଷୀୟ ରିୟାନ ୱେସଲି ରୌଥ ବୋଲି ଜଣାପଡିଛି। କିନ୍ତୁ ତାଙ୍କ ଉଦ୍ଦେଶ୍ୟ ଜଣାପଡିନାହିଁ। ଗୁଳିମାଡ଼ର କାରଣ ଜାଣିବା ପାଇଁ ତଦନ୍ତ ଚାଲିଥିବା ଆମେରିକା ତଦନ୍ତକାରୀ ସଂସ୍ଥା କହିଛି। ଏହି ଘଟଣାକୁ ନେଇ ଏଫ୍‌ବିଆଇର ତଦନ୍ତ ଆରମ୍ଭ ଆରମ୍ଭ କରିଛି । ପୂର୍ବରୁ ବି ଟ୍ରମ୍ପଙ୍କୁ ହତ୍ୟା ଉଦ୍ୟମ ହୋଇଥିଲା । ଜୁଲାଇ ୧୩ରେ ପେନସିଲଭାନିଆରେ ଗୁଳିମାଡ଼ରେ ଟ୍ରମ୍ପ ଆହତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ