Masthead

ଆଜି ବି ବର୍ଷିବ, ମୟୂରଭଞ୍ଜକୁ ରେଡ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଂଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଆଜି ସକାଳ ୮ଟା ୩୦ରୁ ଆସନ୍ତାକାଲି ସକାଳ ୮ଟା ୩୦ ଭିତରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜକୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ଅନ୍ୟପଟେ ବର୍ଷା ଆଶଙ୍କା ଥିବାରୁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସ୍‌ଆର୍‌ସି । ସେହିଭଳି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ବାଲେଶ୍ୱର ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। ବର୍ଷା ସମୟରେ ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୫୦ ରୁ ୬୦ କିମି ପବନ ବହିବାର ସମ୍ଭାବନା ରହିଛି । ଏଣୁ ମସô୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ତେବେ ୧୭ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ହ୍ରାସ ପାଇବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ