Masthead

ଫୁଲୁଛି ବୁଢାବଳଙ୍ଗ ନଦୀ, ଭୟରେ ଅଞ୍ଚଳବାସୀ

ବାରିପଦା (ବଡ଼ ଖବର ବ୍ୟୁରୋ): ଫୁଲୁଛି ବୁଢାବଳଙ୍ଗ ନଦୀ । ମୟୂରଭଞ୍ଜ ଜିଲ୍ଲାରେ ବିଗତ ତିନି ଦିନ ଧରି ଲଗାଣ ବର୍ଷା ଫଳରେ ବଢୁଛି ବୁଢାବଳଙ୍ଗ ନଦୀର ଜଳସ୍ତର । ଶିମିଳିପାଳରେ ଗତକାଲି ପ୍ରବଳ ବର୍ଷା ଫଳରେ ବଢୁଛି ଜଳସ୍ତର । ବାରେହୀପାଣି ଠାରେ ୧୮୩.୮୯ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ତଳିଆ ଅଂଚଳର ଲୋକଙ୍କୁ ସଚେତନ କରିଛି ଜିଲ୍ଲା ପ୍ରଶାସନ ।

ଲଗାତାର ଭାବେ ଜିଲ୍ଲାପାଳ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରୁଛନ୍ତି । ସମସ୍ତ ବନ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ ରଖାଯାଇଛି। ସେପଟେ ଅବପାତ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆହୁରି ଦୁଇ ଦିନ ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜକୁ ରେଡ ଆଲର୍ଟ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼