Masthead

ମୋଦିଙ୍କ ଗସ୍ତ ପାଇଁ ଲାଗୁ ହେବ ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଭୁବନେଶ୍ୱର ଆସିବେ ପ୍ରଧାନମନ୍ତ୍ରୀ ମୋଦି । ମୋଦିଙ୍କ ଗସ୍ତକୁ ନେଇ ଆଜି ହେବ କାରକେଡ ରହିଲସଲ । ବିମାନବନ୍ଦରରୁ ଜନତା ମଇଦାନ ଯାଏ ହେବ ରହିଲସଲ । ତେବେ ବିମାନବନ୍ଦରରୁ ଜୟଦେବ ବିହାର ହୋଇ ଜନତା ମଇଦାନ ଯିବେ । ଭୁବନେଶ୍ୱର ଜନତା ମଇଦାନରେ ପ୍ରଧାନମନ୍ତ୍ରୀଙ୍କ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ଏହାକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ୍ ଟ୍ରାଫିକ କଟକଣା ଜାରି କରିଛି । ଆସନ୍ତାକାଲି ସକାଳ ୭ଟା ୩୦ ମିନିଟରୁ ଅପରାହ୍ନ ୩ଟା ମଧ୍ୟରେ ଏହି ଟ୍ରାଫିକ କଟକଣା ଲାଗୁ ହେବ ।

କମିଶନରେଟ୍ ପୋଲିସ ପକ୍ଷରୁ ଜାରି ହେଲା ଟ୍ରାଫିକ ନିର୍ଦ୍ଦେଶନାମା । ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର ରାସ୍ତାରେ ବଳବତ୍ତର ରହିବ କଟକଣା । ଜୟଦେବ ବିହାର ଛକ ଠାରୁ ନାଲକୋ ଛକ ଓ ନାଲକୋ ଛକରୁ ଜୟଦେବ ବିହାର ମଧ୍ୟରେ ଓ ଏହାକୁ ଯୋଗାଯୋଗ କରୁଥିବା ଗଳି ରାସ୍ତାରେ ଯାନବାହନ ଯାତାୟତ କରିପାରିବ ନାହିଁ । ନନ୍ଦନକାନନ ପଟୁ ଜୟଦେବ ବିହାର ଆଡକୁ ଯିବାକୁ ଚାହୁଁଥିବା ଯାନବାହନଗୁଡିକ ଡମଣା ଛକରୁ ବାମ ମୋଡ ନେଇ ଗୁରୁ କେଳୁଚରଣ ପାର୍କ- ସୈନିକ ସ୍କୁଲ ରାସ୍ତା ଦେଇ ଆଚାର୍ୟ୍ୟ ବିହାର ଯାଇପାରିବେ କିମ୍ବା ଶିଖରଚଣ୍ଡୀ-ପଥରଗାଡିଆ-ଡିଏନ ସ୍କୁଲ- କଳିଙ୍ଗ ଷ୍ଟୁଡିଓ ଛକ-ଫାୟାର ଷ୍ଟେସନ ଛକ ଦେଇ ଯାଇପାରିବେ । ଜରୁରୀକାଳୀନ ସେବା ଦମକଳ, ଆମ୍ବୁଲାନ୍ସ ପାଇଁ ଏହି କଟକଣା ଲାଗୁ ହେବନାହିଁ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାଲି ଜନତା ମଇଦାନ କାର୍ଯ୍ୟକ୍ରମରେ ଯୋଗଦେଇ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ । ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ସୁଭଦ୍ରା ଟଙ୍କା । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ରାଜଧାନୀ ଭୁବନେଶ୍ୱରରେ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା । ସୁରକ୍ଷାରେ ମୁତୟନ ହେବେ ୮୧ ପ୍ଲାଟୁନ୍ ଫୋର୍ସ । ୧୧ଜଣ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି, ୧୦୦ ଆଇଆଇସି ଓ ୩୦୦ ବରିଷ୍ଠ ପୋଲିସ ଅଧିକାରୀ ଦାୟିତ୍ୱରେ ରହିବେ । ବିମାନବନ୍ଦରରୁ ଜନତା ମୈଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ ରହିବ । ବ୍ୟାପକ ମହିଳା ପୋଲିସ କର୍ମଚାରୀଙ୍କ ସହ ସାଦା ପୋଷାକରେ ରହିବେ ପୋଲିସ୍ । ସେହିପରି ମୋଦିଙ୍କ ଗସ୍ତବେଳେ ଓଡ୍ରାଫ ଏବଂ ୬ କମ୍ପାନୀ ସିଆରପିଏଫ୍ ମଧ୍ୟ ମୁତୟନ ରହିବେ । ଉଚ୍ଚ ଅଟ୍ଟାଳିକାଗୁଡ଼ିକରେ ବି ପୋଲିସ ମୁତୟନ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ