Masthead

ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି: ଜନ୍ମଦିନରେ ବାଣ୍ଟିବେ ‘ସୁଭଦ୍ରା ଯୋଜନା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମିଳିବ ‘ସୁଭଦ୍ରା’ ଭେଟି । ଆଜି ଜନତା ମଇଦାନରେ ଆୟୋଜିତ ମେଗା ସୋ’ରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନିଜ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ସୁଇଚ୍ ଟିପିବା ମାତ୍ରେ ପର୍ଯ୍ୟାୟକ୍ରମେ ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଟଙ୍କା ଯିବ । ସୋମବାର ଯାଏ ପ୍ରାୟ ୭୨ ଲକ୍ଷ ମହିଳା ଆବେଦନ କରିଛନ୍ତି । ମାତ୍ର ପ୍ରଥମ ଦଫାରେ ପ୍ରାୟ ୬୦ ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା କିସ୍ତି ଯିବ ବୋଲି ସରକାରୀ ସୂତ୍ରରୁ ସୂଚନା ମିଳିଛି । ଜନତା ମଇଦାନରେ ମୋଦିଙ୍କ ସଭା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ରାଜ୍ୟରେ ବିଜେପି ସରକାର ଗଠନ ପରେ ମୋଦିଙ୍କର ଏହା ହେଉଛି ଦ୍ୱିତୀୟ ଓଡ଼ିଶା ଗସ୍ତ । ପ୍ରଧାନମନ୍ତ୍ରୀ ସକାଳ ୮ଟା ୪୦ରେ ଗୁଜୁରାଟରୁ ସ୍ୱତନ୍ତ୍ର ବିମାନରେ ଆସି ଦିନ ୧୧ଟାରେ ଭୁବନେଶ୍ୱରରେ ପହଞ୍ଚିବେ । ସେଠାରୁ ସିଧା ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଗାଡ଼କଣ ବସ୍ତିକୁ ଯିବେ ।

ବସ୍ତିର ଶବର ସାହିକୁ ଯାଇ ପ୍ରଧାନମନ୍ତ୍ରୀ ଆବାସ ଗୃହ ଉଦ୍ଘାଟନ କରିବେ । ପିଏମ୍ ଆବାସ ହିତାଧିକାରୀ ଅନ୍ତର୍ୟ୍ୟାମୀ ନାୟକଙ୍କ ଆବାସ ଗୃହ ଉଦ୍ଘାଟନ କରିବା ସହ ପିଏମ୍ ଆବାସ ପାଇଥିବା ୨୦ଜଣ ହିତାଧିକାରୀଙ୍କ ସହ ଆଲୋଚନା କରିବେ । ପାଖରେ ଥିବା ୫ଟି ଆବାସ ଗୃହ ବୁଲି ଦେଖିବା ସହ ହିତାଧିକାରୀଙ୍କୁ ଘରର ଚାବି ହସ୍ତାନ୍ତର କରିବେ । ଏହାସହ ୧୪ଟି ରାଜ୍ୟର ୧୦ଲକ୍ଷ ଆବାସ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଡିଜିଟାଲରେ ପ୍ରଦାନ କରିବେ । ପ୍ରଧାନମନ୍ତ୍ରୀଙ୍କ ଚାବି ହସ୍ତାନ୍ତର ପରେ ଦେଶର ୨୬ ଲକ୍ଷ ଆବାସ ହିତାଧିକାରୀ ଗୃହ ପ୍ରବେଶ କରିବେ । ଏହାଛଡ଼ା ‘ଆବାସ ପ୍ଲସ୍-୨୦୨୪’ ଆପ୍ ଉନ୍ମୋଚନ କରିବେ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ) ଦ୍ୱିତୀୟ ସଂସ୍କରଣର ମାର୍ଗଦର୍ଶିକା ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!