ପରପାରିରେ ଭିକାରୀ ମହମ୍ମଦ

ନୟାଗଡ଼, (ବଡ଼ ଖବର ବ୍ୟୁରୋ): ଆରପାରିରେ ବିଶିଷ୍ଟ ସଙ୍ଗୀତଜ୍ଞ ଭିକାରୀ ମହମ୍ମଦ । ବୁଧବାର ରାତିରେ କଟକ ବଡ଼ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି । ତାଙ୍କୁ ୭୧ ବର୍ଷ ହୋଇଥିଲା । ନୟଗାଡ଼ ଜିଲ୍ଲା ଖଣ୍ଡପଡ଼ାରେ ଜନ୍ମଗ୍ରହଣ କରିଥିଲେ ଭିକାରୀ । ମହାପ୍ରଭୁ ଜଗନ୍ନାଥଙ୍କ ଜଣାଣ ଗାଇ ଓଡ଼ିଶାରେ ପ୍ରସିଦ୍ଧି ଲାଭ କରିଥିଲେ ସେ । ତାଙ୍କ ଦେହାନ୍ତ ଓଡ଼ିଆ ଭଜନ ଜଗତରେ ଏକ ଅପୂରଣୀୟ କ୍ଷତି ବୋଲି ମତ ପ୍ରକାଶ ପାଇଛି । ଭିକାରୀଙ୍କ ମୃତଦେହ ତାଙ୍କ ଜନ୍ମସ୍ଥାନ ଖଣ୍ଡପଡ଼ା ନିଆଯିବାକୁ ପ୍ରସ୍ତୁତି ଚାଲିଛି । ସେଠାରେ ଅନ୍ତିମ ସଂସ୍କାର କରାଯିବ ବୋଲି ସୂଚନା ମିଳିଛି । ଶେଷଦର୍ଶନ କରିବା ଲାଗି ଚାହିଁ ରହିଛନ୍ତି ତାଙ୍କ ପ୍ରଂଶସକ । ତାଙ୍କ ମୃତ୍ୟୁରେ ଖଣ୍ଡପଡ଼ାରେ ଖେଳିଯାଇଛି ଶୋକର ଛାୟା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ