Masthead

ଜମ୍ମୁ-କାଶ୍ମୀରରେ ପ୍ରଥମ ପର୍ଯ୍ୟାୟ ଭୋଟ୍; ଆଜି ୨୧୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ଜାମ୍ମୁ-କାଶ୍ମୀର(ବଡ଼ ଖବର ବ୍ୟୁରୋ): ଆଜି ଜାମ୍ମୁ ଓ କାଶ୍ମୀର ବିଧାନସଭା ନିର୍ବାଚନ । ପ୍ରଥମ ପର୍ଯ୍ୟାୟରେ ୨୪ ଆସନରେ ପଡ଼ିବ ଭୋଟ । ତେବେ ପ୍ରଥମ ପର୍ଯ୍ୟାୟ ମତଦାନରେ ୨୧୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨୩ ଲକ୍ଷ ଭୋଟର । ସାତ ୭ ଜିଲ୍ଲାରେ ସୁରକ୍ଷା କଡାକଡି କରାଯାଇଛି । ମୋଟ ୩ ପର୍ଯ୍ୟାୟରେ ହେବ ଜାମ୍ମୁ ଓ କାଶ୍ମୀର ନିର୍ବାଚନ । ପ୍ରଥମ ପର୍ଯ୍ୟାୟରେ ୨୪ ଆସନ ମଧ୍ୟରୁ ୮ଟି ଜମ୍ମୁ ଡିଭିଜନରେ ଥିବା ବେଳେ ବାକି ୧୬ଟି କାଶ୍ମୀର ଘାଟିରେ ରହିଛି । ସର୍ବାଧିକ ୭ଟି ଆସନ ଅନନ୍ତନାଗ ଏବଂ ସର୍ବନିମ୍ନ ୨-୨ଟି ଆସନ ସୋପିଆନ୍ ଓ ରାମବନ ଜିଲ୍ଲାରେ ରହିଥିବା ନିର୍ବାଚନ କମିଶନଙ୍କ ସୂତ୍ରରୁ ଜଣାପଡ଼ିଛି । ପ୍ରଥମ ପର୍ଯ୍ୟାୟରେ ଲଢ଼ୁଥିବା ୨୧୯ ପ୍ରାର୍ଥୀଙ୍କ ମଧ୍ୟରେ ୯ ଜଣ ମହିଳା ଏବଂ ୯୨ ନିର୍ଦ୍ଦଳୀୟ ପ୍ରାର୍ଥୀ ଅଛନ୍ତି । ୧୧୦ ପ୍ରାର୍ଥୀ କୋଟିପତି ଥିବା ବେଳେ ୩୬ ଜଣଙ୍କ ବିରୋଧରେ ଫୌଜଦାରୀ ମାମଲା ରହିଛି ।

ଏହି ପର୍ଯ୍ୟାୟରେ ମୁଫ୍ତି ପରିବାରର ଗଡ଼ ବୋଲାଉଥିବା ବିଜ୍ବେହରା ଆସନ ଅନ୍ତର୍ଭୁକ୍ତ । ଏଠାରେ ପିଡିପି ମୁଖ୍ୟ ମେହବୁବା ମୁଫ୍ତିଙ୍କ ଝିଅ ଇଲ୍ତିଜା ପ୍ରଥମ ଥର ପାଇଁ ନିର୍ବାଚନ ଲଢ଼ୁଛନ୍ତି । ମେହବୁବା ଏବଂ ତାଙ୍କ ପିତା ମୁଫ୍ତି ମହମ୍ମଦ ସୟଦ ଜମ୍ମୁ-କାଶ୍ମୀରର ମୁଖ୍ୟମନ୍ତ୍ରୀ ରହିଥିଲେ । ଜମ୍ମୁ-କାଶ୍ମୀରର ମୋଟ ୯୦ ବିଧାନସଭା ଆସନରେ ସେପ୍ଟେମ୍ବର ୧୮, ୨୫ ଏବଂ ଅକ୍ଟୋବର ୧ରେ ୩ଟି ପର୍ୟ୍ୟାୟରେ ମତଦାନ ହେବ । ଭୋଟ ଫଳ ଅକ୍ଟୋବର ୮ରେ ଘୋଷଣା କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା