Masthead

ଆଜି ରତ୍ନଭଣ୍ଡାର ନିରୀକ୍ଷଣ କରିବେ ASI

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରାଯିବ। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏଏସ୍‌ଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ ହେବ। ଏଥିଲାଗି ଉଭୟ ଶ୍ରୀମନ୍ଦିର ପ୍ରଶାସନ ଏବଂ ଏଏସ୍‌ଆଇ ପକ୍ଷରୁ ସମସ୍ତ ପ୍ରସ୍ତୁତି ଓ ପ୍ରକ୍ରିୟା ସରିଛି। ଏଥିରେ ASI ଏବଂ ଶ୍ରୀମନ୍ଦିର ପ୍ରଶାସନର ୨୬ ଜଣିଆ ମିଳିତ ଟିମ୍ ସାମିଲ ହେବେ । ଏଥିସହିତ ରତ୍ନଭଣ୍ଡାର ମଧ୍ୟରେ ବୈଜ୍ଞାନିକ ସର୍ବେକ୍ଷଣ କରିବାକୁ ବିଭିନ୍ନ ଯନ୍ତ୍ରପାତି ନେବାକୁ ASIକୁ ସର୍ତ୍ତମୂଳକ ଅନୁମତି ପ୍ରଦାନ କରାଯାଇଛି। ପୂର୍ବରୁ ରାଜ୍ୟ ସରକାରଙ୍କ ଏସ୍‌ଓପି ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍‌କୁ ସ୍ଥାନାନ୍ତର ହୋଇସାରିଛି।

ସେହିପରି ଖାଲି ଆଲମିରା ଓ ସିନ୍ଦୁକଗୁଡ଼ିକୁ ସ୍ଥାନ୍ତାନ୍ତର କରାଯାଇସାରିଛି। ଏହାପରେ ଏଏସ୍‌ଆଇକୁ ସଂରକ୍ଷଣ ଓ ମରାମତି କାର୍ୟ୍ୟ ହାତକୁ ନେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲା। ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଥିଲା। ଏହାଦ୍ୱାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡ଼ିବ ସେଥିପ୍ରତି ଧ୍ୟାନ ଦେବାକୁ ଏଏସ୍‌ଆଇକୁ ମଧ୍ୟ କୁହାଯାଇଥିଲା। ପୂର୍ଣ୍ଣାଙ୍ଗ ଅତ୍ୟାଧୁନିକ ତଥା ବୈଷୟିକ ଯାଞ୍ଚ ପରେ ଏଏସ୍‌ଆଇ ରତ୍ନଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ୟ୍ୟ ଅବିଳମ୍ବେ ସାରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ପାଢ଼ୀ ଅନୁରୋଧ କରିଛନ୍ତି। ରତ୍ନଭଣ୍ଡାରରେ ଗୁପ୍ତ ସୁଡ଼ଙ୍ଗ ନେଇ ଚର୍ଚ୍ଚା ଉଠିଥିବାବେଳେ ଏହି ଯାଞ୍ଚ ଦ୍ୱାରା ଗୁପ୍ତ ସୁଡ଼ଙ୍ଗ ଅଛି କି ନାହିଁ ତାହା ସ୍ପଷ୍ଟ ହେବ। ସେହିପରି ରତ୍ନଭଣ୍ଡାର ତଳେ ଗୁପ୍ତ କୋଠରୀ ରହିଛି କି ନାହିଁ ତାହା ମଧ୍ୟ ସ୍ପଷ୍ଟ ହୋଇପାରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା