Masthead

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୨୩ରେ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଶନିବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୨୩ ତାରିଖରେ ଏହା ଲଘୁଚାପ ରୂପ ନେବ। ଏହା ପ୍ରଭାବରେ ୨୩ରୁ ୨୫ ତାରିଖ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ । ଉତ୍ତର ଓଡ଼ିଶାରେ ବି ବର୍ଷିପାରେ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି । ଆସନ୍ତା ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୬ଟି ଜିଲ୍ଲାରେ ବିଜୁଳି ଘଡ଼ଘଡି଼ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଉତ୍ତର ଆଣ୍ଡାମାନ ସମୁଦ୍ରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ପ୍ରଭାବରେ ସୋମବାର ସୁଦ୍ଧା ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା କ୍ରମଶଃ ବଙ୍ଗୋପସାଗରରେ ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ଏହାର ପ୍ରଭାବରେ ବର୍ଷା ହେବ ବୋଲି ୧୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ତେବେ ୨୩ ତାରିଖ ବେଳକୁ ପଶ୍ଚିମ ରାଜସ୍ଥାନ ମୌସୁମୀ ପ୍ରତ୍ୟାବର୍ତନ ପାଇଁ ପାଗ ଅନୁକୂଳ ହେବ ବୋଲି ଆକଳନ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ