Masthead

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୨୩ରେ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଶନିବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୨୩ ତାରିଖରେ ଏହା ଲଘୁଚାପ ରୂପ ନେବ। ଏହା ପ୍ରଭାବରେ ୨୩ରୁ ୨୫ ତାରିଖ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ । ଉତ୍ତର ଓଡ଼ିଶାରେ ବି ବର୍ଷିପାରେ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି । ଆସନ୍ତା ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୬ଟି ଜିଲ୍ଲାରେ ବିଜୁଳି ଘଡ଼ଘଡି଼ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଉତ୍ତର ଆଣ୍ଡାମାନ ସମୁଦ୍ରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ପ୍ରଭାବରେ ସୋମବାର ସୁଦ୍ଧା ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା କ୍ରମଶଃ ବଙ୍ଗୋପସାଗରରେ ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ଏହାର ପ୍ରଭାବରେ ବର୍ଷା ହେବ ବୋଲି ୧୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ତେବେ ୨୩ ତାରିଖ ବେଳକୁ ପଶ୍ଚିମ ରାଜସ୍ଥାନ ମୌସୁମୀ ପ୍ରତ୍ୟାବର୍ତନ ପାଇଁ ପାଗ ଅନୁକୂଳ ହେବ ବୋଲି ଆକଳନ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର