Masthead

୪ ଦିନ ପ୍ରବଳ ବର୍ଷିବ, ୧୨ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ମିଆଁମାରର ଦକ୍ଷିଣ ଉପକୂଳ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ପଶ୍ଚିମ-ଉତ୍ତର ଦିଗରେ ଗତି କରୁଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ୨୬ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ସେହିପରି ଆସନ୍ତାକାଲି ପାଇଁ ୮ ଜିଲ୍ଲା, ୨୫ ତାରିଖ ପାଇଁ ୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ୨୭ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ମୟୂରଭଂଜରେ ସର୍ବାଧିକ ୫୬ ମିମି ବର୍ଷା ରେକର୍ଡ ହୋଇଛି ।

ତେବେ ୨୩ରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୪ରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ନବରଙ୍ଗପୁରରେ ୭୦ରୁ ୧୧୦ ମିମି ବର୍ଷା ହୋଇପାରେ । ୨୫ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର ଓ ବରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ