ଆଜି ଜନଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ହେବ । ଏଥରକ ଅଭିଯୋଗ ଶୁଣାଣି ପୂର୍ବରୁ ଶୁଣାଣି ଚାଲୁଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପରିବର୍ତ୍ତେ ନିକଟସ୍ଥ ସରକାରୀ ବାସଗୃହ ଭିଆଇଆଇଆଇଏମ୍ଆର୍ ନମ୍ବର-୪ରେ ହେବ । ମୁଖ୍ୟମନ୍ତ୍ରୀ ଏହି ସ୍ଥାନରେ ଅନ୍ଲାଇନ୍ ବ୍ୟବସ୍ଥାରେ ପଞ୍ଜୀକରଣ କରିଥିବା ଜନସାଧାରଣଙ୍କ ଠାରୁ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ।

ଏଠାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପ୍ରସ୍ତୁତ କରାଯାଇଥିବାବେଳେ ଅଭିଯୋଗ ଜଣାଇବା ପାଇଁ ପଞ୍ଜୀକରଣ କରିଥିବା ଜନସାଧାରଣଙ୍କୁ ରାଜୀବ ଭବନରୁ ଅଳ୍ପ ଦୂରରେ ଥିବା ଜଳ ଭବନ ପାଶ୍ୱର୍ରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ ଉଦ୍ଦିଷ୍ଟ ଗେଟ୍ ନଂ-୧ରେ ଆସିବାକୁ ପଡ଼ିବ । ଏହି ସ୍ଥାନରେ ଅଭିଯୋଗ ଶୁଣାଣିକୁ ରାସ୍ତା ଚିହ୍ନିତ କରାଯାଇଛି । ସର୍ବାଧିକ ୧୦୦୦ ଅଭିଯୋଗକାରୀଙ୍କ ଅଭିଯୋଗ ଶୁଣାଣି କରାଯିବ ବୋଲି ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ କୁହାଯାଇଛି । ସେହିପରି ସୋମବାର ଭୁବନେଶ୍ୱର ବ୍ଲକ ପରିସରରେ ବ୍ଲକସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ହେବ । ଜିଲ୍ଲାପାଳ ଚଞ୍ଚଳ ରାଣା ଶିବିରରେ ଯୋଗଦେଇ ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ଲୋକଙ୍କ ଆପତ୍ତି ଅଭିଯୋଗର ସମାଧାନ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ