Masthead

ଆଜି ଜନଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ହେବ । ଏଥରକ ଅଭିଯୋଗ ଶୁଣାଣି ପୂର୍ବରୁ ଶୁଣାଣି ଚାଲୁଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପରିବର୍ତ୍ତେ ନିକଟସ୍ଥ ସରକାରୀ ବାସଗୃହ ଭିଆଇଆଇଆଇଏମ୍ଆର୍ ନମ୍ବର-୪ରେ ହେବ । ମୁଖ୍ୟମନ୍ତ୍ରୀ ଏହି ସ୍ଥାନରେ ଅନ୍ଲାଇନ୍ ବ୍ୟବସ୍ଥାରେ ପଞ୍ଜୀକରଣ କରିଥିବା ଜନସାଧାରଣଙ୍କ ଠାରୁ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ।

ଏଠାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପ୍ରସ୍ତୁତ କରାଯାଇଥିବାବେଳେ ଅଭିଯୋଗ ଜଣାଇବା ପାଇଁ ପଞ୍ଜୀକରଣ କରିଥିବା ଜନସାଧାରଣଙ୍କୁ ରାଜୀବ ଭବନରୁ ଅଳ୍ପ ଦୂରରେ ଥିବା ଜଳ ଭବନ ପାଶ୍ୱର୍ରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ ଉଦ୍ଦିଷ୍ଟ ଗେଟ୍ ନଂ-୧ରେ ଆସିବାକୁ ପଡ଼ିବ । ଏହି ସ୍ଥାନରେ ଅଭିଯୋଗ ଶୁଣାଣିକୁ ରାସ୍ତା ଚିହ୍ନିତ କରାଯାଇଛି । ସର୍ବାଧିକ ୧୦୦୦ ଅଭିଯୋଗକାରୀଙ୍କ ଅଭିଯୋଗ ଶୁଣାଣି କରାଯିବ ବୋଲି ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ କୁହାଯାଇଛି । ସେହିପରି ସୋମବାର ଭୁବନେଶ୍ୱର ବ୍ଲକ ପରିସରରେ ବ୍ଲକସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ହେବ । ଜିଲ୍ଲାପାଳ ଚଞ୍ଚଳ ରାଣା ଶିବିରରେ ଯୋଗଦେଇ ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ଲୋକଙ୍କ ଆପତ୍ତି ଅଭିଯୋଗର ସମାଧାନ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା