Masthead

୧୫ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବଙ୍ଗୋପସାଗରରେ ଲଘୁଚାରର ରୂପ ନେଇପାରେ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଜିଠୁ ତୁହାତୁ ତୁହା ବର୍ଷା ହେବ । ଆସନ୍ତା ୨୬ ତାରିଖ ଯାଏ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ବିଜୁଳି ଘଡଘଡି ସହ ଅଧିକାଂଶ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ ଗୋଟେ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହି ଜିଲ୍ଲା ଗୁଡ଼ିକ ହେଉଛି ଗଞ୍ଜାମ , ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡା, କୋରାପୁଟ, ମାଲକାନଗିରି , ନବରଙ୍ଗପୁର, ନୂଆପଡା, ମୟୁରଭଞ୍ଜ ,କେନ୍ଦୁଝର , ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର । ୨୪, ୨୫ ଓ ୨୬ ତାରିଖରେ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ଅଛି । ୨୫, ୨୬ ଓ ୨୭ ତାରିଖରେ ସମ୍ବଲପୁରରୁ ସୁନ୍ଦରଗଡ଼ ଯାଏ ପଶ୍ଚିମ ଓଡ଼ିଶାରେ ବର୍ଷା ହୋଇପାରେ । ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରରେ ଭାରି ବର୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା