Masthead

ଆଜିଠୁ ନର୍ସିଂ କର୍ମଚାରୀଙ୍କ ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦେଇଛି ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ। ନର୍ସିଂ କର୍ମଚାରୀ ସଂଘ ସ୍ଥଗିତ ରଖିଥିବା କାର୍ଯ୍ୟବନ୍ଦ ଆନ୍ଦୋଳନକୁ ପୁଣି ଓହ୍ଲାଇବ। ୧୦ ଦଫା ଦାବିରେ ଧର୍ମଘଟ କରିବ ସଂଘ। ରାଜ୍ୟ ସରକାରଙ୍କ ସହ ଆଲୋଚନା ବି ହେବ। ଜରୁରିକାଳୀନ ରୋଗୀ ସେବାରେ କୌଣସି ପ୍ରକାର ବାଧା ନ ଦେଇ ଆନ୍ଦୋଳନକୁ ଓହ୍ଲାଇବେ ନର୍ସିଂ କର୍ମଚାରୀ। ତେବେ ଏହି ଆନ୍ଦୋଳନ ପୂର୍ବରୁ ଚେତାବନୀ ଦେଇଛନ୍ତି ରାଜ୍ୟ ସରକାର। ଅଗଷ୍ଟ ମାସରୁ ଏସ୍‌ମା ଲାଗୁ ହୋଇଥିବାରୁ ଆନ୍ଦୋଳନକୁ ଓହ୍ଲାଇଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ରାଜ୍ୟ ନର୍ସିଂ ନିର୍ଦ୍ଦେଶକ ଡା. ଆର୍ତ୍ତବନ୍ଧୁ ନାୟକ ସବୁ ସିଡିଏମ୍‌ଓ, ମେଡିକାଲ କଲେଜର ଅଧ୍ୟକ୍ଷ ଓ ଆଚାର୍ଯ୍ୟ ହରିହର, କ୍ୟାପିଟାଲ ହସ୍ପିଟାଲ ଓ ଆରଜିଏଚ୍‌ ରାଉରକେଲାକୁ ପତ୍ର ଲେଖି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ଲାଗି କହିଛନ୍ତି।

ଏହା ସତ୍ତ୍ୱେ ନର୍ସିଂ ଅଫିସର ରାଜ୍ୟ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଯଦି ଦୁଇ ଦିନ ଭିତରେ ସରକାର ୧୦ଦଫା ଦାବିକୁ ପୂରଣ ନ କରନ୍ତି ତେବେ ୨୭ ତାରିଖରୁ ସମ୍ପୂର୍ଣ୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନକୁ ଓଲ୍ଲାଇବ ସଂଘ । ଏସମା ଲାଗୁ ସତ୍ତ୍ବେ ଆନ୍ଦୋଳନ ଚେତାବନୀ ଦେଇଛନ୍ତି ସଂଘ ସଂପାଦକ ସରୋଜିନୀ ଜେନା । ୨୦୧୩ ପୂର୍ବରୁ ନିଯୁକ୍ତି ପାଇଥିବା ନର୍ସିଂ ଅଫିସରଙ୍କ ୬ ବର୍ଷ ଚୁକ୍ତି ଭିତ୍ତିକ ଅବଧିକୁ ମୂଳ ଚାକିରିରେ ମିଶାଇ ପଦୋନ୍ନତି ସହ ଆର୍ଥିକ ସହାୟତା ଦେବାକୁ ଦାବି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ