Masthead

ଆଜିଠୁ ନର୍ସିଂ କର୍ମଚାରୀଙ୍କ ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦେଇଛି ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ। ନର୍ସିଂ କର୍ମଚାରୀ ସଂଘ ସ୍ଥଗିତ ରଖିଥିବା କାର୍ଯ୍ୟବନ୍ଦ ଆନ୍ଦୋଳନକୁ ପୁଣି ଓହ୍ଲାଇବ। ୧୦ ଦଫା ଦାବିରେ ଧର୍ମଘଟ କରିବ ସଂଘ। ରାଜ୍ୟ ସରକାରଙ୍କ ସହ ଆଲୋଚନା ବି ହେବ। ଜରୁରିକାଳୀନ ରୋଗୀ ସେବାରେ କୌଣସି ପ୍ରକାର ବାଧା ନ ଦେଇ ଆନ୍ଦୋଳନକୁ ଓହ୍ଲାଇବେ ନର୍ସିଂ କର୍ମଚାରୀ। ତେବେ ଏହି ଆନ୍ଦୋଳନ ପୂର୍ବରୁ ଚେତାବନୀ ଦେଇଛନ୍ତି ରାଜ୍ୟ ସରକାର। ଅଗଷ୍ଟ ମାସରୁ ଏସ୍‌ମା ଲାଗୁ ହୋଇଥିବାରୁ ଆନ୍ଦୋଳନକୁ ଓହ୍ଲାଇଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ରାଜ୍ୟ ନର୍ସିଂ ନିର୍ଦ୍ଦେଶକ ଡା. ଆର୍ତ୍ତବନ୍ଧୁ ନାୟକ ସବୁ ସିଡିଏମ୍‌ଓ, ମେଡିକାଲ କଲେଜର ଅଧ୍ୟକ୍ଷ ଓ ଆଚାର୍ଯ୍ୟ ହରିହର, କ୍ୟାପିଟାଲ ହସ୍ପିଟାଲ ଓ ଆରଜିଏଚ୍‌ ରାଉରକେଲାକୁ ପତ୍ର ଲେଖି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ଲାଗି କହିଛନ୍ତି।

ଏହା ସତ୍ତ୍ୱେ ନର୍ସିଂ ଅଫିସର ରାଜ୍ୟ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଯଦି ଦୁଇ ଦିନ ଭିତରେ ସରକାର ୧୦ଦଫା ଦାବିକୁ ପୂରଣ ନ କରନ୍ତି ତେବେ ୨୭ ତାରିଖରୁ ସମ୍ପୂର୍ଣ୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନକୁ ଓଲ୍ଲାଇବ ସଂଘ । ଏସମା ଲାଗୁ ସତ୍ତ୍ବେ ଆନ୍ଦୋଳନ ଚେତାବନୀ ଦେଇଛନ୍ତି ସଂଘ ସଂପାଦକ ସରୋଜିନୀ ଜେନା । ୨୦୧୩ ପୂର୍ବରୁ ନିଯୁକ୍ତି ପାଇଥିବା ନର୍ସିଂ ଅଫିସରଙ୍କ ୬ ବର୍ଷ ଚୁକ୍ତି ଭିତ୍ତିକ ଅବଧିକୁ ମୂଳ ଚାକିରିରେ ମିଶାଇ ପଦୋନ୍ନତି ସହ ଆର୍ଥିକ ସହାୟତା ଦେବାକୁ ଦାବି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ