Masthead

ହାଇକୋର୍ଟ ବିଚାରପତିଙ୍କ ଉପରେ ବର୍ଷିଲେ ସିଜେଆଇ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହାଇକୋର୍ଟ ବିଚାରପତିଙ୍କ ଉପରେ ବର୍ଷିଲେ ସିଜେଆଇ ଚନ୍ଦ୍ରଚୂଡ । କହିଲେ ଭାରତର କୌଣସି ବି ଅଞ୍ଚଳକୁ ‘ପାକିସ୍ତାନ’ କହିପାରିବେ ନାହିଁ । ନିକଟରେ ହୋଇଥିବା ଏକ ଶୁଣାଣି ସମୟରେ ବେଙ୍ଗାଲୁରୁର ଏକ ଅଞ୍ଚଳକୁ ‘ପାକିସ୍ତାନ’ ବୋଲି ସମ୍ବୋଧନ କରି ବିବାଦୀୟ ମନ୍ତବ୍ୟ ଦେଇଥବା କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଜଷ୍ଟିସ ଭି ଶ୍ରୀଶାନନ୍ଦଙ୍କ ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ ।

ସେ କହିଛନ୍ତି, ଆପଣ ଭାରତର କୌଣସି ବି ଅଞ୍ଚଳକୁ ଏପରି ଭାବେ ପାକିସ୍ତାନ କହି ସମ୍ବୋଧନ କରିପାରିବେ ନାହିଁ। ଯାହାକୁ ନେଇ ହାଇକୋର୍ଟ ବିଚାରପତି ନିଜ ମନ୍ତବ୍ୟ ପାଇଁ କ୍ଷମା ମାଗି ସାରିଛନ୍ତି। ଯାହାର ଭିଡିଓ ଭାଇରାଲ ହୋଇଥିଲା । ଏହି ଭିଡିଓରେ ଦେଖିବାକୁ ମିଳିଥିଲା ଯେ ହାଇକୋର୍ଟର ବିଚାରପତି ଜଷ୍ଟିସ ଭି ଶ୍ରୀଶାନନ୍ଦ ବେଙ୍ଗାଲୁରୁର ଏକ ଅଞ୍ଚଳକୁ ‘ପାକିସ୍ତାନ’ ବୋଲି କହିଥିଲେ। ଯାହାକୁ ନେଇ ବିବାଦ ଉପୁଜିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ