Masthead

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ଆଜି ଭବାନୀପାଟଣାରେ ସର୍ବାଧିକ ୧୫୫ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ବୌଦ୍ଧ ଓ ଅନୁଗୋଳ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଉଭୟ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ଦୁଇ ଜିଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ହେବାର ସମ୍ଭାବନା ଥିବାବେଳେ କଚ୍ଚା ରାସ୍ତା ଓ ଘର କ୍ଷତିଗ୍ରସ୍ତ ହୋଇପାରେ। ଯାତାୟାତ ବାଧାପ୍ରାପ୍ତ ହେବା ସହ ଚାଷକାର୍ଯ୍ୟ ମଧ୍ୟ ପ୍ରଭାବିତ ହୋଇପାରେ। ଏ ନେଇ ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ଅବଗତ କରାଇଛି। ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ସମେତ ୨୧ ଜିଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ