Masthead

ଜମ୍ମୁ-କାଶ୍ମୀରରେ ତୃତୀୟ ପର୍ଯ୍ୟାୟ ମତଦାନ, ୪୧୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଜମ୍ମୁ-କାଶ୍ମୀରରେ ଅନ୍ତିମ ପର୍ଯ୍ୟାୟ ନିର୍ବାଚନ । ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ଶେଷ ପର୍ଯ୍ୟାୟରେ ୭ ଜିଲ୍ଲାର ୪୦ଟି ଆସନରେ ଭୋଟିଂ ଜାରି ରହିଛି । ମୋଟ୍ ୩୯.୧୮ ଲକ୍ଷ ଭୋଟର ୪୧୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ । ୪୦ ଆସନ ମଧ୍ୟରୁ ୨୪ଟି ଜମ୍ମୁ ଡିଭିଜନ ଏବଂ ୧୬ଟି କାଶ୍ମୀର ଘାଟିରୁ ରହିଛି । ଶେଷ ପର୍ଯ୍ୟାୟରେ ଲଢ଼ୁଥିବା ପ୍ରାର୍ଥୀମାନଙ୍କ ମଧ୍ୟରୁ ୩୮୭ ପୁରୁଷ ଓ ୨୮ ମହିଳା ରହିଛନ୍ତି । ଏହି ପର୍ଯ୍ୟାୟରେ ମୋଟ୍ ପ୍ରାର୍ଥୀମାନଙ୍କ ମଧ୍ୟରୁ ୧୬୯ଜଣ କୋଟିପତି ଥିବାବେଳେ ୬୭ ଜଣଙ୍କ ବିରୋଧରେ ଫୌଜଦାରୀ ମାମଲା ରହିଛି ।

ଜମ୍ମୁର ନଗରୋଟାରୁ ବିଜେପି ପ୍ରାର୍ଥୀ ଦେବେନ୍ଦ୍ର ସିଂହ ରାଣାଙ୍କ ସମ୍ପତ୍ତି ମୂଲ୍ୟ ସର୍ବାଧିକ ୧୨୬ କୋଟି ଟଙ୍କା । ସଂସଦ ଆକ୍ରମଣର ମାଷ୍ଟରମାଇଣ୍ଡ ଅଫଜଲ ଗୁରୁର ବଡ଼ଭାଇ ଏଜାଜ୍ ଅହମ୍ମଦ ଗୁରୁଙ୍କ ଭାଗ୍ୟ ପରୀକ୍ଷା ହେବ । ସେ ସୋପୋର ଆସନରୁ ସ୍ୱାଧୀନ ପ୍ରାର୍ଥୀ ହୋଇଛନ୍ତି । ଉତ୍ତର କାଶ୍ମୀରର ଲଙ୍ଗେଟରୁ ଇଞ୍ଜିନିୟର ଶେଖ ଅବ୍ଦୁଲ୍ ରସିଦଙ୍କ ଭାଇ ଖୁର୍ସିଦ ଅହମ୍ମଦ ଶେଖ ନିର୍ବାଚନ ଲଢ଼ୁଛନ୍ତି । ଆସନ୍ତା ୮ ତାରିଖରେ ରେଜଲ୍ଟ ଆସିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ