୪ସୁଦ୍ଧା ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ବର୍ଷାରେ ଭିଜିବ ଦଶହରା । ଆସନ୍ତା ୪ ତାରିଖ ସୁଧା ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡିଶା ଉପକୂଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଲଘୁଚାପ ପ୍ରଭାବରେ ୪ ତାରିଖ ବେଳକୁ ରାଜ୍ୟରେ ବର୍ଷା ହୋଇପାରେ । ଦଶହରା ପୂର୍ବରୁ ରାଜ୍ୟରେ ବଡ଼ ବର୍ଷା ହେବାର ଆଶଙ୍କା ରହିଥିବା ବିଭାଗ ପକ୍ଷରୁ କୁହାଯାଉଛି। ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର , ଏହା ମଧ୍ୟ ସୂଚନା ଦେଇଛନ୍ତି ଯେ, ଏବେ ପ୍ରଶାନ୍ତ ମହାସାଗରରେ ନିଉଟ୍ରାଲ ଏଲ ନିନୋ ସ୍ଥିତି ରହିଛି।

ଅକ୍ଟୋବର ବା ନଭେମ୍ବର ସୁଧା ଲା- ନିନା ସ୍ଥିତି ରହିପାରେ। ଫଳରେ ଉତ୍ତର ଭାରତରେ ତାପମାତ୍ରା ଭାରତରେ ସ୍ବାଭାବିକ ଠାରୁ କମ୍ ରହିବ । ଚଳିତ ଥର ଅଧିକ ଥଣ୍ତା ଅନୁଭୂତ ହୋଇପାରେ। ସେହିପରି, ଅକ୍ଟୋବରର ଦ୍ୱିତୀୟ ସପ୍ତାହରେ ପୁଣି ଆଉ ଏକ ଲଘୁଚାପ ଆଶଙ୍କା କରାଯାଉଛି । ଅକ୍ଟୋବର ୪ରୁ ୧୦ ଭିତରେ ପ୍ରବଳ ବର୍ଷା ହୋଇପାରେ ବୋଲି କୁହାଯାଉଛି । ବାତ୍ୟା ମାସରେ ଲଘୁଚାପ ସୃଷ୍ଟି ହେଲେ ଅଧିକ ଘନିଭୂତ ହେବ । ଲଘୁଚାପ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ ଜାରି କରିଛି । ଆଜିଠାରୁ ରାଜ୍ୟରେ କେତେକ ଜିଲ୍ଲାରେ ବିଜୁଳି ଘଡ଼ଘଡି଼ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୪ ତାରିଖ ବେଳକୁ ବର୍ଷାର ପରିମାଣ ବୃଦ୍ଧି ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ