Masthead

୪ସୁଦ୍ଧା ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ବର୍ଷାରେ ଭିଜିବ ଦଶହରା । ଆସନ୍ତା ୪ ତାରିଖ ସୁଧା ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡିଶା ଉପକୂଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଲଘୁଚାପ ପ୍ରଭାବରେ ୪ ତାରିଖ ବେଳକୁ ରାଜ୍ୟରେ ବର୍ଷା ହୋଇପାରେ । ଦଶହରା ପୂର୍ବରୁ ରାଜ୍ୟରେ ବଡ଼ ବର୍ଷା ହେବାର ଆଶଙ୍କା ରହିଥିବା ବିଭାଗ ପକ୍ଷରୁ କୁହାଯାଉଛି। ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର , ଏହା ମଧ୍ୟ ସୂଚନା ଦେଇଛନ୍ତି ଯେ, ଏବେ ପ୍ରଶାନ୍ତ ମହାସାଗରରେ ନିଉଟ୍ରାଲ ଏଲ ନିନୋ ସ୍ଥିତି ରହିଛି।

ଅକ୍ଟୋବର ବା ନଭେମ୍ବର ସୁଧା ଲା- ନିନା ସ୍ଥିତି ରହିପାରେ। ଫଳରେ ଉତ୍ତର ଭାରତରେ ତାପମାତ୍ରା ଭାରତରେ ସ୍ବାଭାବିକ ଠାରୁ କମ୍ ରହିବ । ଚଳିତ ଥର ଅଧିକ ଥଣ୍ତା ଅନୁଭୂତ ହୋଇପାରେ। ସେହିପରି, ଅକ୍ଟୋବରର ଦ୍ୱିତୀୟ ସପ୍ତାହରେ ପୁଣି ଆଉ ଏକ ଲଘୁଚାପ ଆଶଙ୍କା କରାଯାଉଛି । ଅକ୍ଟୋବର ୪ରୁ ୧୦ ଭିତରେ ପ୍ରବଳ ବର୍ଷା ହୋଇପାରେ ବୋଲି କୁହାଯାଉଛି । ବାତ୍ୟା ମାସରେ ଲଘୁଚାପ ସୃଷ୍ଟି ହେଲେ ଅଧିକ ଘନିଭୂତ ହେବ । ଲଘୁଚାପ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ ଜାରି କରିଛି । ଆଜିଠାରୁ ରାଜ୍ୟରେ କେତେକ ଜିଲ୍ଲାରେ ବିଜୁଳି ଘଡ଼ଘଡି଼ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୪ ତାରିଖ ବେଳକୁ ବର୍ଷାର ପରିମାଣ ବୃଦ୍ଧି ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ