Masthead

ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ଆଜି ୧୨ ଘଣ୍ଟିଆ ଅବିଭକ୍ତ କୋରାପୁଟ ଜିଲ୍ଲା ବନ୍ଦ

କୋରାପୁଟ (ବଡ଼ ଖବର ବ୍ୟୁରୋ): ସରକାରୀ ଚାକିରିରେ ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବି । ଆଜି ୧୨ ଘଣ୍ଟିଆ ଅବିଭକ୍ତ କୋରାପୁଟ ଜିଲ୍ଲା ବନ୍ଦ । ବନ୍ଦ ଡାକରା ଦେଇଛି ମିଳିତ କ୍ରିୟାନୁଷ୍ଠାନ କମିଟି । ଜିଲ୍ଲାରେ ସମସ୍ତ ସ୍କୁଲ କଲେଜ ଆଗୁଆ ଛୁଟି ଘୋଷଣା । ଜୋର୍ ଧରିଲା ଜିଲ୍ଲା ଭିତ୍ତିକ ଶିକ୍ଷକ ନିଯୁକ୍ତି ଦାବି। ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆଜି ଅବିଭକ୍ତ କୋରାପୁଟ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚକଅଖ, ଦୋକାନ ବଜାର, ସରକାରୀ କାର୍ଯ୍ୟାଳୟ ଓ ସ୍କୁଲ କଲେଜ ଆଦି ବନ୍ଦ ପାଇଁ ଡାକରା ଦେଇଛି ମିଳିତ କ୍ରିୟାନୁଷ୍ଠାନ କମିଟି । କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲାରେ ଏହି ବନ୍ଦ ପାଳନ ହେଉଛି। ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ହଜାର ହଜାର ଶିକ୍ଷିତ ଆଦିବାସୀ ଯୁବକ ଯୁବତୀ ଚାକିରୀ ଆଶାୟୀ ଥିବା ବେଳେ, ସରକାର ସେମାନଙ୍କ ପ୍ରତି ଅଣଦେଖା କରି ବାହାର ଜିଲ୍ଲାର ପ୍ରାର୍ଥୀଙ୍କୁ ଚାକିରି ଦେଉଥିବା ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା