Masthead

୧୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨୦ କୋଟି ଭୋଟର

ହରିୟାଣା (ବଡ଼ ଖବର ବ୍ୟୁରୋ): ଭୋଟ ଦେଉଛି ହରିୟାଣା । ସମସ୍ତ ୯୦ଟି ଆସନରେ ଚାଲିଛି ମତଦାନ । ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଚାଲିବ ମତଦାନ । ୧୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨୦ କୋଟି ଭୋଟର । ମତ ସାବ୍ୟସ୍ତ କରିବେ ୨ କୋଟିରୁ ଅଧିକ ଲୋକ । ଆସନ୍ତା ୮ ତାରିଖରେ ଭୋଟ୍‌ ଗଣତି ସହ ପ୍ରକାଶ ପାଇବ ରେଜଲ୍ଟ । ରାଜନୈତିକ ଦୃଷ୍ଟି କୋଣରୁ ଏହି ନିର୍ବାଚନ ବେଶ ଗୁରୁତ୍ୱପୂର୍ଣ୍ଣ। ବିଜେପି ଏଥର ନିର୍ବାଚନ ଜିତି ପୁଣି କ୍ଷମତାକୁ ଫେରିବାକୁ ଉଦ୍ୟମ କରୁଥିବା ବେଳେ କଂଗ୍ରେସ ହରିୟାଣା ହାତେଇବାକୁ ପ୍ରାଣମୁର୍ଛା ଉଦ୍ୟମ କରିଛି। ଆଜିର ଭୋଟିଂ ରେଜଲ୍ଟ କାହା ସପକ୍ଷରେ ଯାଉଛି ତା’ ଉପରେ ନଜର। ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟିଂ ରେକର୍ଡ କରିବା ପାଇଁ ହରିଆଣାବାସୀଙ୍କୁ ଅପିଲ କରିଛନ୍ତି। ସେ ସୋଶାଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ପୋଷ୍ଟ କରି କହିଛନ୍ତି, ‘ଆଜି ହରିଆଣା ବିଧାନସଭା ନିର୍ବାଚନ ପାଇଁ ଭୋଟିଂ ଚାଲିଛି।

ଗଣତନ୍ତ୍ରର ଏହି ପବିତ୍ର ପର୍ବରେ ଅଂଶଗ୍ରହଣ କରିବାକୁ ମୁଁ ସମସ୍ତ ଭୋଟରଙ୍କୁ ନିବେଦନ କରୁଛି। ଭୋଟ୍ ଦେବାରେ ଏକ ନୂତନ ରେକର୍ଡ ସୃଷ୍ଟି କରନ୍ତୁ। ଏହି ଅବସରରେ ରାଜ୍ୟର ସମସ୍ତ ଯୁବ ବନ୍ଧୁଙ୍କୁ ମୋର ଶୁଭେଚ୍ଛା, ଯେଉଁମାନେ ପ୍ରଥମ ଥର ପାଇଁ ଭୋଟ୍ ଦେବାକୁ ଯାଉଛନ୍ତି।’ଏଥର ହରିଆଣାରେ ମୁଖ୍ୟତଃ ତିନି ପ୍ରମୁଖ ଦଳ ବିଜେପି, କଂଗ୍ରେସ ଓ ଆପ୍ ମଧ୍ୟରେ ସିଧା ଲଢ଼େଇ ହେଉଛି। ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇ ସଂଧ୍ୟା ୬ଟା ପର୍ୟ୍ୟନ୍ତ ଚାଲିବ। ହରିଆଣାର ୯୦ ବିଧାନସଭା ଆସନ ପାଇଁ ଏଥର ମୈଦାନରେ ଅଛନ୍ତି ୧ ହଜାର ୩୧ ଜଣ ପ୍ରାର୍ଥୀ। ଭୋଟ ଗ୍ରହଣ ପାଇଁ ସାରା ରାଜ୍ୟରେ ୨୦ ହଜାର ୬୩୨ ପୋଲିଂ ବୁଥ୍‌ କରାଯାଇଛି। ସବୁ ବୁଥରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି। ପାଖାପାଖି ୩୦ ହଜାର ପୁଲିସ କର୍ମୀ ଓ ୨୨୫ ପାରାମିଲିଟାରୀ ନିୟୋଜିତ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ