Masthead

ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ମାଓ ମୁକାବିଲା ନେଇ ହେବାକୁ ଥିବା ବୈଠକରେ ଯୋଗଦେବେ । ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ। ସନ୍ତାକାଲି ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ବୈଠକ। ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ। ଏହି ବୈଠକରେ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଓ ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ।

ମାଓ ପ୍ରଭାବିତ ରାଜ୍ୟ ଗୁଡ଼ିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ ଜଣ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଏହି ବୈଠକରେ ଯୋଗଦେବେ । ସେହିଭଳି ଅତିରିକ୍ତ ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ସମେତ କେନ୍ଦ୍ର, ରାଜ୍ୟର ବରିଷ୍ଠ ଅଧିକାରୀ, କେନ୍ଦ୍ରୀୟ ଶସସ୍ତ୍ର ବଳର ଅଧିକାରୀମାନେ ମଧ୍ୟ ସାମିଲ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। ଗତ ବର୍ଷ ମଧ୍ୟ ଅକ୍ଟୋବର ୬ ତାରିଖରେ ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଅମିତ ଶାହ ସମୀକ୍ଷା ବୈଠକ କରିଥିଲେ। ଏଥିରେ ମାଓବାଦୀଙ୍କୁ ମୂଳୋତ୍ପାଟନ କରିବା ପାଇଁ ଗୃହମନ୍ତ୍ରୀ ବିସ୍ତୃତ ନିର୍ଦ୍ଦେଶନାମା ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ