Masthead

ବିଜୟର ପର୍ବ ବିଜୟା ଦଶମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଜୟାଦଶମୀ । ଅସତ୍ୟ ଉପରେ ସତ୍ୟର ଏବଂ ଅଧର୍ମ ଉପରେ ଧର୍ମର ବିଜୟର ପର୍ବ ବିଜୟା ଦଶମୀ। ଏଥିପାଇଁ ସାରା ରାଜ୍ୟ ଉତ୍ସବମୁଖର। ରାଜ୍ୟର ସମସ୍ତ ପୂଜା ମଣ୍ଡପଗୁଡ଼ିକ ଚଳଚଞ୍ଚଳ ରହିଛି। ମନ୍ତ୍ରପାଠ ଓ ପୂଜାର୍ଚ୍ଚନାରେ କମ୍ପୁଛି ପୂଜା ମଣ୍ଡପ। ସକାଳୁ ସକାଳୁ ଶ୍ରଦ୍ଧାଳୁ ମଧ୍ୟ ମଣ୍ଡପ ନିକଟରେ ଲାଇନ ଲଗାଇଛନ୍ତି। ଆଜି କିଛି ପୂଜା ମଣ୍ଡପରେ ସିନ୍ଦୁର ଖେଳ ପରମ୍ପରା ମଧ୍ୟ ରହିଛି। ମେଲାଣି ନେବା ଆଗରୁ ଦଶମୀରେ ମା’ଙ୍କ ଦିବ୍ୟ ରୂପ ଦେଖିବାକୁ ଭକ୍ତଙ୍କ ମନରେ ଉତ୍ସାହ ଦେଖିବାକୁ ମିଳିଛି।

ରୀତିନୀତି ମୁତାବକ ବିଜୟା ଦଶମୀରେ ମା’ଙ୍କ ପଞ୍ଚ ଉପଚାର ପୂଜା ଓ ଏହାପରେ ଅପରାଜିତା ପୂଜା ହେବାର ପରମ୍ପରା ରହିଛି। ଏହି ଅବସରରେ ଆଜି ବିଭିନ୍ନ ପୂଜା ମଣ୍ଡପରେ ରାବଣ ପୋଡ଼ିର ଆୟୋଜନ ମଧ୍ୟ କରାଯାଇଛି । ଭୁବନେଶ୍ୱର ମଣ୍ଡପ ଗୁଡିକରେ ସୁଉଚ୍ଚ ତୋରଣ ଓ ସୁନ୍ଦର ଆଲୋକମାଳ, ସାଜସଜ୍ଜା ବେଶ ଆକର୍ଷଣୀୟ ହୋଇଛି । ବିଜୟାଦଶମୀ ଅବସରରେ ଆଜି ବିଭିନ୍ନ ସ୍ଥାନରେ ଅନେକ ସାଂସ୍କୃତିକ କାର୍ୟ୍ୟକ୍ରମର ଆୟୋଜନ କରାଯାଇଛି । ବିଜୟାଦଶମୀ ପରେ ଧରାପୃଷ୍ଠରୁ ମେଲାଣି ନେବେ ମା’ ଦୁର୍ଗା । ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡି କରାଯାଇଛି । ଟ୍ବିନ ସିଟି କଟକ ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମଣ୍ଡପ ମାନଙ୍କରେ ବେଶ ଭିଡ଼ ଦେଖିବାକୁ ମିଳୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା