Masthead

ରାଜରାସ୍ତାରେ ଚାଷୀ

ସମ୍ବଲପୁର/ଅତାବିରା, (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ରାଜରାସ୍ତାକୁ ଓହ୍ଲାଇଛି କୃଷକ ସଂଘ । ୫୫ ଓ ୫୩ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି ଚାଷୀ । କୄଷକ ସଂଗଠନ ପକ୍ଷରୁ ସମ୍ବଲପୁର – କଟକ ୫୫ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଥିବା ବେଳେ ବରଗଡ଼ ଜିଲ୍ଲା ଅତାବିରାର ଚାଷୀଙ୍କ ଦ୍ୱାରା ୫୩ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଛି ।

କେନ୍ଦ୍ର ସରକାରଙ୍କ ଦ୍ଵାରା ପାସ ହୋଇଥିବା କୃଷି ଆଇନରେ ଥିବା ଠିକାଚାଷ ବ୍ୟଵସ୍ଥା, ଅତ୍ୟାବଶ୍ୟକ ସାମଗ୍ରୀ ଆଇନରେ ପରିବର୍ତ୍ତନ ଓ ଘରୋଇ ମଣ୍ଡି ବ୍ୟବସ୍ଥାକୁ ଚାଷୀ ବିରୋଧ କରୁଛନ୍ତି । ସଂଶୋଧିତ ଆଇନ ଉଭୟ କୃଷକ ଓ ଖାଉଟି ବିରୋଧୀ ବୋଲି ଚାଷୀମାନେ କହିଛନ୍ତି।

ଜମି ମାଲିକାନାକୁ ଅକ୍ଷୁର୍ଣ୍ଣ ରଖି ଭାଗଚାଷୀଙ୍କୁ ଆଇନଗତ ମାନ୍ୟତା, ସରକାରୀ ମଣ୍ଡି ବ୍ୟବସ୍ଥାକୁ ମଜବୁତ ଓ ସଂଖ୍ୟା ବୃଦ୍ଧି ଆଦି ଦାବି ରଖିଛି ଚାଷୀ ସଂଗଠନ। ପ୍ରତିବାଦରେ ସମ୍ବଲପୁର ଜିଲ୍ଲା କୄଷକ ସଂଗଠନ ପକ୍ଷରୁ ଗୁରୁବାର ୧୧ ଟାରୁ ୧୨ ପର୍ଯ୍ୟନ୍ତ ଦୀର୍ଘ ଏକ ଘଣ୍ଟା ରାଜପଥ ଅବରୋଧ କରାଯାଇଥିଲା । ପଶ୍ଚିମ ଓଡିଶା କୄଷକ ସଂଗଠନର ଆବାହକ ଅଶୋକ ପ୍ରଧାନଙ୍କ ସମେତ ଜିଲ୍ଲାର ବହୁ କୃଷକନେତା ଏହି ଆନ୍ଦୋଳନରେ ଯୋଗଦେଇଥିଲେ । ଆଗାମୀ ଦିନରେ ଦାବି ପୂରଣ ନ ହେଲେ ଆନ୍ଦୋଳନ ତୀବ୍ର ହେବ ବୋଲି କୄଷକ ସଂଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି