Masthead

ଚାରି ଦିନିଆ ହରିୟାଣା ଓ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୪ ଦିନିଆ ହରିୟାଣା ଓ ମହାରାଷ୍ଟ୍ର ଗସ୍ତ । ଅପରାହ୍ନରେ ହରୟାଣା ଅଭିମୁଖେ ଗସ୍ତ କରି ୧୭ ତାରିଖ ଦିନ ଚଣ୍ଡିଗଡଠାରେ ନବ ଗଠିତ ହରିୟାଣା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ । ସେଦିନ ଅପରାହ୍ନରେ ଚଣ୍ଡିଗଡ ଠାରେ ଏନ୍.ଡି.ଏ. ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବେ । ଚଣ୍ଡିଗଡ ପରେ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତରେ ଯାଇ ୧୮ ତାରିଖ ଦିନ ଇଣ୍ଡିଆନ କେମିକାଲସ ଆଣ୍ଡ ପେଟ୍ରୋକେମିକାଲସ କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗ ଦେବେ ।

୧୮ ତାରିଖ ଅପରାହ୍ନରେ ଓ ୧୯ ତାରିଖ ସକାଳେ ସେ ମୁମ୍ବାଇର ହୋଟେଲ ଓବେରେଇଠାରେ ଆଗାମୀ ‘ମେକ ଇନ ଓଡିଶା ’ ପାଇଁ ‘ନିବେଶକ ସମ୍ମିଳନୀ’ରେ ଯୋଗଦେବେ । ମୁମ୍ବାଇରେ ଆୟୋଜିତ ହେବାକୁ ଥିବା ନିବେଶକ ସମ୍ମିଳନୀ ଓ ରୋଡ୍ ସୋ’ରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଓ ରାଜ୍ୟର ଅନ୍ୟ ବରିଷ୍ଠ ଅଧିକାରୀ ଯୋଗଦେବେ। ରାଜ୍ୟରେ ଶିଳ୍ପାୟନ ପାଇଁ ଦିଲ୍ଲୀ ପରେ ମୁମ୍ବାଇରେ ନିବେଶକ ଓ ପୁଞ୍ଜି ନିବେଶକଙ୍କ ସହ ରାଜ୍ୟ ସରକାର ଆଲୋଚନା କରିବେ । ୧୯ ତାରିଖ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିଆସିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼