Masthead

ଚାରି ଦିନିଆ ହରିୟାଣା ଓ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୪ ଦିନିଆ ହରିୟାଣା ଓ ମହାରାଷ୍ଟ୍ର ଗସ୍ତ । ଅପରାହ୍ନରେ ହରୟାଣା ଅଭିମୁଖେ ଗସ୍ତ କରି ୧୭ ତାରିଖ ଦିନ ଚଣ୍ଡିଗଡଠାରେ ନବ ଗଠିତ ହରିୟାଣା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ । ସେଦିନ ଅପରାହ୍ନରେ ଚଣ୍ଡିଗଡ ଠାରେ ଏନ୍.ଡି.ଏ. ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବେ । ଚଣ୍ଡିଗଡ ପରେ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତରେ ଯାଇ ୧୮ ତାରିଖ ଦିନ ଇଣ୍ଡିଆନ କେମିକାଲସ ଆଣ୍ଡ ପେଟ୍ରୋକେମିକାଲସ କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗ ଦେବେ ।

୧୮ ତାରିଖ ଅପରାହ୍ନରେ ଓ ୧୯ ତାରିଖ ସକାଳେ ସେ ମୁମ୍ବାଇର ହୋଟେଲ ଓବେରେଇଠାରେ ଆଗାମୀ ‘ମେକ ଇନ ଓଡିଶା ’ ପାଇଁ ‘ନିବେଶକ ସମ୍ମିଳନୀ’ରେ ଯୋଗଦେବେ । ମୁମ୍ବାଇରେ ଆୟୋଜିତ ହେବାକୁ ଥିବା ନିବେଶକ ସମ୍ମିଳନୀ ଓ ରୋଡ୍ ସୋ’ରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଓ ରାଜ୍ୟର ଅନ୍ୟ ବରିଷ୍ଠ ଅଧିକାରୀ ଯୋଗଦେବେ। ରାଜ୍ୟରେ ଶିଳ୍ପାୟନ ପାଇଁ ଦିଲ୍ଲୀ ପରେ ମୁମ୍ବାଇରେ ନିବେଶକ ଓ ପୁଞ୍ଜି ନିବେଶକଙ୍କ ସହ ରାଜ୍ୟ ସରକାର ଆଲୋଚନା କରିବେ । ୧୯ ତାରିଖ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିଆସିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’ 🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ‘ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’ 🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ