Masthead

ହରିଆଣାରେ ଆଜିଠୁ ସୈନି ସରକାର ୨.O

ହରିଆଣା (ବଡ଼ ଖବର ବ୍ୟୁରୋ): ହରିଆଣାରେ ଆଜିଠୁ ସୈନି ସରକାର ୨.O । ଦ୍ବିତୀୟ ଥର ପାଇଁ ନାୟବ ସିଂହ ସୈନି ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି । ଦିନ ୧୧ଟାରେ ପଞ୍ଚକୁଲାରେ ଶତଥ ସମାରୋହ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାୟବ ସିଂହ ସୈନି । ରାଜ୍ୟପାଳ ବନ୍ଦାରୁ ଦତ୍ତାତ୍ରେୟ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ସୈନିଙ୍କ କ୍ୟାବିନେଟରେ ୧୦ଜଣ ମନ୍ତ୍ରୀ ସ୍ଥାନ ପାଇବେ ବୋଲି କୁହାଯାଉଛି । ପଞ୍ଚକୁଲାର ଦଶହରା ପଡ଼ିଆରେ ସୈନି ସରକାରଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ସେଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସମେତ ଏନ୍ଡିଏ ଶାସିତ ରାଜ୍ୟମାନଙ୍କର ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବହୁ ବରିଷ୍ଠ ନେତା ଉପସ୍ଥିତ ରହିବେ । ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ହରିଆଣାର ୯୦ ବିଧାନସଭା ଆସନ ମଧ୍ୟରୁ ବିଜେପି ୪୮ଟିରେ ଜିତିଥିଲା ।

ଆଜି ହରିଆଣାର ମୁଖ୍ୟମନ୍ତ୍ରୀ ଭାବେ ସୈନି ଶପଥ ନେବା ପରେ ଚଣ୍ଡିଗଡ଼ରେ ଏନ୍ଡିଏ ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ ଅନୁଷ୍ଠିତ ହେବ । ଏଥିରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗଦେବେ । ସମ୍ମିଳନୀରେ ବିଜେପିରୁ ମୋଟ୍ ୧୩ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ୧୬ ଉପ ମୁଖ୍ୟମନ୍ତ୍ରୀ ସାମିଲ ହେବାକୁ ଥିବା ବେଳେ ମହାରାଷ୍ଟ୍ର, ଆନ୍ଧ୍ର ପ୍ରଦେଶ, ବିହାର, ସିକ୍କିମ, ନାଗାଲାଣ୍ଡ ଏବଂ ମେଘାଳୟ ଭଳି ଏନ୍ଡିଏ ନେତୃତ୍ୱାଧୀନ ସରକାରର ମୁଖ୍ୟମନ୍ତ୍ରୀମାନେ ବି ଯୋଗଦେବେ । ରାଷ୍ଟ୍ରୀୟ ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ଏଜେଣ୍ଡାକୁ ନେଇ ସମ୍ମିଳନୀରେ ଆଲୋଚନା ହେବ । ସେହିଭଳି ସମ୍ବିଧାନର ଅମୃତ ମହୋତ୍ସବ ଏବଂ ଗଣତନ୍ତ୍ରର ହତ୍ୟା ଉଦ୍ୟମର ୫୦ ବର୍ଷ ପୂର୍ତ୍ତି ଉତ୍ସବ ଆୟୋଜନ ସଂକ୍ରାନ୍ତରେ ବି ଚର୍ଚ୍ଚା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ