Masthead

ନ୍ୟାୟ ଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସୁପ୍ରିମ୍‌କୋର୍ଟରେ ବିଚାରପତିମାନଙ୍କ ପାଠାଗାରରେ ଥିବା ‘ନ୍ୟାୟ ଦେବୀ’ଙ୍କ ପ୍ରତିମୂର୍ତ୍ତିରେ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଏହି ପ୍ରତିମୂର୍ତ୍ତିର ଆଖିରେ ଲାଗିଥିବା କପଡ଼ାକୁ ହଟାଇ ଦିଆଯାଇଛି। ସେହିପରି ହାତରେ ଖଣ୍ଡା ପରିବର୍ତ୍ତେ ଭାରତୀୟ ସମ୍ବିଧାନର ନକଲ ରଖାଯାଇଛି। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ଓ୍ୱାଇ.ଚନ୍ଦ୍ରଚୂଡ଼ଙ୍କ ପରାମର୍ଶରେ ନ୍ୟାୟଦେବୀଙ୍କ ସ୍ୱରୂପକୁ ବଦଳାଇ ଦିଆଯାଇଛି। ପ୍ରଧାନ ବିଚାରପତିଙ୍କ ବିଚାରରେ, ଖଣ୍ଡା ହେଉଛି ହିଂସାର ପ୍ରତୀକ। କିନ୍ତୁ ଅଦାଲତଙ୍କ କାର୍ୟ୍ୟ ହିଂସାତ୍ମକ ନୁହେଁ। ବରଂ ସାମ୍ବିଧାନିକ ବିଧି ବ୍ୟବସ୍ଥା ଭିତରେ ଏହା ନ୍ୟାୟ ପ୍ରଦାନ କରିଥାନ୍ତି। ସେହିପରି ନ୍ୟାୟଦେବୀଙ୍କ ଆଖିରେ ବନ୍ଧା ଯାଉଥିବା କଳା କପଡ଼ାଟିକୁ କାଢ଼ି ଦିଆଯାଇଛି।

କିନ୍ତୁ ହାତରେ ଧରିଥିବା ନ୍ୟାୟ ତରାଜୁ ପୂର୍ବପରି ରହିଛି । କିଛିଦିନ ତଳେ ଭାରତ ସରକାର ଇଂରେଜ ଅମଳର ନ୍ୟାୟ ବ୍ୟବସ୍ଥାକୁ ବଦଳାଇ ଦେଇଥିଲେ। ଏବେ ନ୍ୟାୟଦେବୀଙ୍କ ସ୍ୱରୂପରେ ମଧ୍ୟ ପରିବର୍ତ୍ତନ ଅଣାଯାଇଛି। ପୂର୍ବରୁ ଥିବା ନ୍ୟାୟଦେବୀଙ୍କ ଆଖିରେ କଳାପାତି ଦେବାର ଦୃଷ୍ଟିହୀନତା ଆଇନ ସମ୍ମୁଖରେ ସମାନତାକୁ ପ୍ରତିପାଦିତ କରିବା ପାଇଁ ଉଦ୍ଦିଷ୍ଟ ଥିଲା, ଏହାର ଅର୍ଥ ହେଉଛି ଯେ, ଅଦାଲତ ଏହା ସମ୍ମୁଖରେ ଉପସ୍ଥିତ ଥିବା ବ୍ୟକ୍ତିଙ୍କ ଧନ, ଶକ୍ତି କିମ୍ବା ଅନ୍ୟ ସ୍ଥିତିର ଚିହ୍ନ ଦେଖି ପାରିବେ ନାହିଁ, ଯେତେବେଳେ କି ଖଣ୍ଡା ଅନ୍ୟାୟକୁ ଦଣ୍ଡିତ କରିବାର କ୍ଷମତାର ପ୍ରତୀକ ଅଟେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ