Masthead

ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମୁମ୍ବାଇରେ ଓଡ଼ିଶା ସରକାରଙ୍କ ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ଼ ଶୋ’ । ଆଜି ଓ ଆସନ୍ତାକାଲି ଶିଳ୍ପ ନଗରୀ ମୁମ୍ବାଇରେ ଆୟୋଜିତ ହେବ କାର୍ଯ୍ୟକ୍ରମ । କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ ଓ ରାଜ୍ୟର ବରିଷ୍ଠ ଅଧିକାରୀ । ରାଜ୍ୟରେ ଶିଳ୍ପାୟନ ଲାଗି ଦିଲ୍ଲୀ ପରେ ମୁମ୍ବାଇରେ ପୁଞ୍ଜି ନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର । ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ହେବାକୁ ଇଣ୍ଡିଆ କେମ. କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ।

ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବେ କେନ୍ଦ୍ର ରସାୟନ ମନ୍ତ୍ରୀ ଜେ.ପି. ନଡ୍ଡା । ଓଡ଼ିଶାର ପାରାଦୀପ, ଗୋପାଳପୁର ଓ ଧାମରାରେ କେମିକାଲ ଶିଳ୍ପ ଆସିବା ଲାଗି ସମ୍ଭାବନା ରହିଛି । ସେ ବିଷୟରେ ଅକ୍ଟୋବର ୧୯ ତାରିଖ ଅର୍ଥାତ ଆସନ୍ତା କାଲି ୩୦୦ରୁ ଉର୍ଦ୍ଧ୍ବ ନିବେଶକଙ୍କ ସହ ଆଲୋଚନା କରିବେ ଓଡିଶା ସରକାର । ଏଥିରେ ବିଭିନ୍ନ ସେକ୍ଟରର ନିବେଶକ ସାମିଲ ହେବେ । କେନ୍ଦୁଝରରେ ଏକ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଟାସ୍କଫୋର୍ସ ଗଠନ ହୋଇଛି । ମୁଖ୍ୟ ଶାସନ ସଚିବ ଏହି ଟାସ୍କଫୋର୍ସର ଅଧ୍ୟକ୍ଷ ରହିଛନ୍ତି । ଉକ୍ତ ଶିଳ୍ପ ପ୍ରତିଷ୍ଠା ଲାଗି ଦୁଇଟି ସ୍ଥାନ ନିରୂପଣ ଲାଗି ନିର୍ଦ୍ଦେଶ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ