Masthead

ଆସୁଛି ବଡ଼ ବର୍ଷା, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ପରାମର୍ଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୨ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଲଘୁଚାପ ପ୍ରଭାବରେ ୨୩ରୁ ବର୍ଷା ଆରମ୍ଭ ହେବ । ୨୪ରେ ଅବପାତର ରୂପ ନେବ ଲଘୁଚାପ । ୨୪ ଓ ୨୫ରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ସତର୍କ ରୁହିବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ସୂଚନା ଜାରି କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର । ଗୋଟେ ପଟେ ଅକ୍ଟୋବରରେ ବାତ୍ୟାକୁ ନେଇ ଭୟ ବଢୁଥିବା ବେଳେ ୨୨ ତାରିଖରେ ହେବାକୁ ଥିବା ଲଘୁଚାପ ଉପରେ ନଜର ରହିଛି। ଯେକୌଣସି ପରିସ୍ଥିତି ଆସିଲେ ସଜାଗ ରହିବାକୁ ଏସଆରସି, ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଆସନ୍ତାକାଲି ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୨୨ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ପରବର୍ତ୍ତୀ ସମୟରେ ଅବପାତରେ ପରିଣତ ହେବ । ୨୩ ତାରିଖରୁ ରାଜ୍ୟରେ ବର୍ଷା ହେବ । ବିଶେଷ କରି ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିନ୍ତୁ ଏପର୍ୟ୍ୟନ୍ତ ବାତ୍ୟା ନେଇ ସ୍ପଷ୍ଟ ଚିତ୍ର ଆସିନଥିବା ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼