Masthead

୨୩ରେ ନାମାଙ୍କନ ଦାଖଲ କରିବେ ପ୍ରିୟଙ୍କା, ରାହୁଲଙ୍କ ସହ କରିବେ ରୋଡ ଶୋ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୱାୟନାଡ ଲୋକସଭା ଆସନରୁ ନାମାଙ୍କନ ପତ୍ର ଦାଖଲ କରିବେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା । ଆସନ୍ତା ୨୩ ରେ ୱାୟନାଡ ଲୋକସଭା ଆସନରୁ ନିଜର ନାମାଙ୍କନପତ୍ର ଦାଖଲ କରିବେ । ନାମାଙ୍କନ ଦାଖଲ ବେଳେ ତାଙ୍କ ଭାଇ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଉପସ୍ଥିତ ରହିବେ । ପରେ ଉଭୟେ ଏକ ରୋଡ ଶୋ’ରେ ସାମିଲ ହେବେ । ଏହା ପ୍ରିୟଙ୍କା ଗାନ୍ଧୀଙ୍କ ପ୍ରଥମ ନିର୍ବାଚନ ହେବ ।

ତାଙ୍କ ବିପକ୍ଷରେ ବିଜେପି ନବ୍ୟା ହରିଦାସଙ୍କୁ ପ୍ରାର୍ଥୀ କରିଛି । ଗତ ଲୋକସଭା ନିର୍ବାଚନରେ ରାହୁଲ ଉଭୟ ୱାୟନାଡ ଓ ଉତ୍ତରପ୍ରଦେଶର ରାୟବରେଲିରୁ ନିର୍ବାଚନ ଲଢ଼ିଥିଲେ । ଉଭୟ ଆସନରେ ସେ ବିଜୟୀ ହେବା ପରେ ଆଇନଗତ ଦୃଷ୍ଟିରୁ ୱାୟନାଡ ଆସନ ଛାଡିଥିଲେ । ଫଳରେ ଏଠାରେ ଉପନିର୍ବାଚନ ହେଉଛି । ୱାୟନାଡରେ ଆସନ୍ତା ନଭେମ୍ବର ୧୩ରେ ଭୋଟ ଗ୍ରହଣ କରାଯିବ ଏବଂ ନଭେମ୍ବର ୨୩ରେ ଫଳାଫଳ ପ୍ରକାଶ ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ