Masthead

ସମ୍ଭାବ୍ୟ ବାତ୍ୟା ନେଇ ବସିବ ଜିଲ୍ଲାପାଳଙ୍କ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲା ଓ ପ୍ରସ୍ତୁତି ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ । ସମ୍ଭାବ୍ୟ ବାତ୍ୟା ନେଇ ବସିବ ଜିଲ୍ଲାପାଳ ବୈଠକ । ଆଜି ଦିନ ୧୧ଟାରେ ଜିଲ୍ଲାସ୍ତରରେ ଜିଲ୍ଲାପାଳମାନଙ୍କ ବୈଠକ । ଏହାପରେ ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବେ ଜିଲ୍ଲାପାଳ । ଏସଆରସିଙ୍କୁ ରିପୋର୍ଟ ଦେବେ ଜିଲ୍ଲାପାଳ । ସେପଟେ ସମ୍ଭାବ୍ୟ ବାତ୍ୟା ମୁକାବିଲା ଓ ପ୍ରସ୍ତୁତି ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିଲା । ଏଥିରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସମେତ ଏସ୍ଆରସି ଦେଓରଞ୍ଜନ କୁମାର ସିଂ, ଉନ୍ନୟନ କମିସନର ଅନୁ ଗର୍ଗ ଓ ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳମାନେ ଉପସ୍ଥିତ ରହି ରଣନୀତି ପ୍ରସ୍ତୁତ କରିଛନ୍ତି ।

ସ୍ୱାସ୍ଥ୍ୟ ବିଭାଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବାରୁ ସେଥିପାଇଁ କ’ଣ ସବୁ ବ୍ୟବସ୍ଥା କରାଯିବ ତାକୁ ନେଇ ଆଲୋଚନା କରାଯାଇଛି । ବାତ୍ୟା ଓ ଏହାର ପରବର୍ତ୍ତୀ ସମୟରେ ସ୍ୱାସ୍ଥ୍ୟ ପରିଚାଳନା ସବୁଠାରୁ ବଡ଼ ଚାଲେଞ୍ଜ । ତେଣୁ ବାତ୍ୟା ପ୍ରଭାବିତ ଲୋକଙ୍କ ପାଖରେ କିଭଳି ଔଷଧ ପହଞ୍ଚାଯାଇପାରିବ, ଏହାସହ କିଛି ଅଘଟଣ ଘଟିଲେ ଲୋକମାନଙ୍କୁ କିଭଳି ତୁରନ୍ତ ଡାକ୍ତରଖାନାକୁ ଅଣାଯାଇ ଚିକିତ୍ସା କରାଯାଇପାରିବ ତା ଉପରେ ସ୍ୱାସ୍ଥ୍ୟ ବିଭାଗ ଗୁରୁତ୍ୱ ଦେଇଛି ।

ବାତ୍ୟାବେଳେ ଗର୍ଭବତୀଙ୍କ ସୁରକ୍ଷା, ବାତ୍ୟା ପରେ ଡାଇରିଆ ହେଲେ ତାର କିପରି ମୁକାବିଲା କରାଯାଇପାରିବ ତା’ ଉପରେ ସ୍ୱାସ୍ଥ୍ୟ ବିଭାଗ ନଜର ରଖିଛି । ସମସ୍ତ ପ୍ରକାର ଔଷଧ ମହଜୁଦ ରଖିବା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ୱାସ୍ଥ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ବାତ୍ୟା ବେଳେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହେଲେ ଡାକ୍ତରଖାନାରେ ଜେନେରେଟର୍ ଚଳାଇ କିଭଳି ଚିକିତ୍ସା କରାଯିବ ସେ ନେଇ ବୈଠକରେ ଆଲୋଚନା ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼