Masthead

ସମ୍ଭାବ୍ୟ ବାତ୍ୟା ନେଇ ବସିବ ଜିଲ୍ଲାପାଳଙ୍କ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲା ଓ ପ୍ରସ୍ତୁତି ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ । ସମ୍ଭାବ୍ୟ ବାତ୍ୟା ନେଇ ବସିବ ଜିଲ୍ଲାପାଳ ବୈଠକ । ଆଜି ଦିନ ୧୧ଟାରେ ଜିଲ୍ଲାସ୍ତରରେ ଜିଲ୍ଲାପାଳମାନଙ୍କ ବୈଠକ । ଏହାପରେ ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବେ ଜିଲ୍ଲାପାଳ । ଏସଆରସିଙ୍କୁ ରିପୋର୍ଟ ଦେବେ ଜିଲ୍ଲାପାଳ । ସେପଟେ ସମ୍ଭାବ୍ୟ ବାତ୍ୟା ମୁକାବିଲା ଓ ପ୍ରସ୍ତୁତି ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିଲା । ଏଥିରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସମେତ ଏସ୍ଆରସି ଦେଓରଞ୍ଜନ କୁମାର ସିଂ, ଉନ୍ନୟନ କମିସନର ଅନୁ ଗର୍ଗ ଓ ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳମାନେ ଉପସ୍ଥିତ ରହି ରଣନୀତି ପ୍ରସ୍ତୁତ କରିଛନ୍ତି ।

ସ୍ୱାସ୍ଥ୍ୟ ବିଭାଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବାରୁ ସେଥିପାଇଁ କ’ଣ ସବୁ ବ୍ୟବସ୍ଥା କରାଯିବ ତାକୁ ନେଇ ଆଲୋଚନା କରାଯାଇଛି । ବାତ୍ୟା ଓ ଏହାର ପରବର୍ତ୍ତୀ ସମୟରେ ସ୍ୱାସ୍ଥ୍ୟ ପରିଚାଳନା ସବୁଠାରୁ ବଡ଼ ଚାଲେଞ୍ଜ । ତେଣୁ ବାତ୍ୟା ପ୍ରଭାବିତ ଲୋକଙ୍କ ପାଖରେ କିଭଳି ଔଷଧ ପହଞ୍ଚାଯାଇପାରିବ, ଏହାସହ କିଛି ଅଘଟଣ ଘଟିଲେ ଲୋକମାନଙ୍କୁ କିଭଳି ତୁରନ୍ତ ଡାକ୍ତରଖାନାକୁ ଅଣାଯାଇ ଚିକିତ୍ସା କରାଯାଇପାରିବ ତା ଉପରେ ସ୍ୱାସ୍ଥ୍ୟ ବିଭାଗ ଗୁରୁତ୍ୱ ଦେଇଛି ।

ବାତ୍ୟାବେଳେ ଗର୍ଭବତୀଙ୍କ ସୁରକ୍ଷା, ବାତ୍ୟା ପରେ ଡାଇରିଆ ହେଲେ ତାର କିପରି ମୁକାବିଲା କରାଯାଇପାରିବ ତା’ ଉପରେ ସ୍ୱାସ୍ଥ୍ୟ ବିଭାଗ ନଜର ରଖିଛି । ସମସ୍ତ ପ୍ରକାର ଔଷଧ ମହଜୁଦ ରଖିବା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ୱାସ୍ଥ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ବାତ୍ୟା ବେଳେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହେଲେ ଡାକ୍ତରଖାନାରେ ଜେନେରେଟର୍ ଚଳାଇ କିଭଳି ଚିକିତ୍ସା କରାଯିବ ସେ ନେଇ ବୈଠକରେ ଆଲୋଚନା ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ