ବାତ୍ୟା ପାଇଁ ଡାକ୍ତରଙ୍କ ଛୁଟି ବାତିଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅବପାତରେ ପରିଣତ ହେଲା ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ । ପାରାଦୀପ ଠାରୁ ୭୩୦ କିମି ଦୂରରେ କେନ୍ଦ୍ରୀଭୂତ । ଆସନ୍ତାକାଲି ସୁଦ୍ଧା ବାତ୍ୟାର ରୂପ ନେବ । ୨୪ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ । ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ । ପୁରୀ ଏବଂ ସାଗରଦ୍ୱୀପ ମଧ୍ୟରେ ଉପକୂଳ ଅତିକ୍ରମ କରିବ । ୨୪ ରାତି କିମ୍ବା ୨୫ ସକାଳେ ଉପକୂଳ ଅତିକ୍ରମ କରିବ ।

ପବନର ବେଗ ୧୦୦ରୁ ୧୧୦ ମଧ୍ୟରେ ରହିବ । ଝଟକା ପବନର ବେଗ ସର୍ବାଧିକ ୧୨୦ ରହିବ । ସେପଟେ ବାତ୍ୟା ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗର ପ୍ରସ୍ତୁତି । ପର୍ଯ୍ୟାପ୍ତ ପରିମାଣର ଔଷଧ ରଖିବାକୁ ନିର୍ଦ୍ଦେଶ । ଖୋଲିବ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ । ସେପଟେ, ଏମକେସିଜିରେ ଡାକ୍ତର ଓ କର୍ମଚାରୀଙ୍କ ଛୁଟି ବାତିଲ । ସମ୍ଭାବ୍ୟ ବାତ୍ୟା ଓ ବାତ୍ୟା ପରବର୍ତ୍ତି ସ୍ଥିତିର ମୁକାବିଲା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ହୋଇଛି । ସମସ୍ତଙ୍କ ପାଖରେ କିଭଳି ସ୍ୱାସ୍ଥ୍ୟସେବା ପହଞ୍ଚିବ ସେଥିପ୍ରତି ସ୍ୱାସ୍ଥ୍ୟବିଭାଗ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି ।

ବାତ୍ୟାକୁ ଦୃଷ୍ଟିରେ ରଖି ଏମକେସିଜି ମେଡିକାଲ କଲେଜର ସମସ୍ତ ଡାକ୍ତର ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରଣନୀତି ପ୍ରସ୍ତୁତ କରାଯାଇଥିବା ବେଳେ ସବୁଠି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲିବାକୁ କୁହାଯାଇଛି । ସମସ୍ତ ଚିକିତ୍ସାଳୟରେ ପର୍ଯ୍ୟାପ୍ତ ପରିମାଣର ଔଷଧ, ଓଆରଏସ ଓ ଅନ୍ୟ ସମସ୍ତ ଅତ୍ୟାବଶକୀୟ ସାମଗ୍ରୀ ମହଜୁଦ ରଖିବାକୁ ନିର୍ଦ୍ଦେଶ ରହିଛି । ସ୍ବତନ୍ତ୍ର ବେଡରୁ ନେଇ ଅକ୍ସିଜେନ୍ ମହଜୁଦ ରଖିବାକୁ କୁହାଯାଇଛି । ଯେଉଁଠି ଔଷଧ ମହଜୁଦ ନାହିଁ ବା ଅଧିକ ଓୗଷଧର ଆବଶ୍ୟକତା ରହିଛି ତୁରନ୍ତ ବିଭାଗକୁ ଜଣାଇବାକୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ