Masthead

ବାତ୍ୟା ‘ଦାନା’କୁ ନେଇ ହାଇ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ଚାଲିଛି ବ୍ୟାପକ ପ୍ରସ୍ତୁତି । ପ୍ରଭାବିତ ହେବାକୁ ଅଞ୍ଚଳରେ ବୁଧବାର ସକାଳୁ ଆରମ୍ଭ ହେବ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ ପ୍ରକ୍ରିୟା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଆବଶ୍ୟକସ୍ଥଳେ ୧୦ ଲକ୍ଷରୁ ଅଧିକ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତରଣ କରାଯିବ । ୩ ହଜାରରୁ ଅଧିକ ସମ୍ବେଦନଶୀଳ ସ୍ଥାନରୁ ଲୋକଙ୍କୁ ସ୍ଥାନାନ୍ତରିତ କରିବାକୁ ଚିହ୍ନଟ କରାଯାଇଛି । ସେପଟେ ବାତ୍ୟାକୁ ନେଇ ପୁଣି ଆସିଛି ବଡ ଖବର ।

ବଙ୍ଗୋପସାଗରରେ ଗଭୀର ଅବପାତ ବାତ୍ୟା ରୂପ ନେବା ପରେ ଏହା ଏବେ ୧୫ କିଲୋମିଟର ବେଗରେ ଉତ୍ତର- ପଶ୍ଚିମ ଦିଗରେ ଆଗକୁ ବଢୁଛି । କ୍ରମେ ଏହାର ଭୀଷଣ ବାତ୍ୟା ରୂପ ନେଇ ଧାମରାରୁ ଭିତରକନିକା ମଧ୍ୟରେ ଲ୍ୟାଣ୍ଡଫଲ କରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ପୂର୍ବରୁ ବାତ୍ୟା ୧୮ କିଲୋମିଟର ବେଗରେ ଗତି କରୁଥିବାବେଳେ ଏବେ ଏହାର ଗତିରେ ଧୀରତା ଆସି ୧୫ କିଲୋମିଟରକୁ ହ୍ରାସ ପାଇଛି । ଫଳରେ ସମୁଦ୍ର ଭିତରେ ଏହାର ଅଧିକ ଶକ୍ତିଶାଳୀ ହେଉଥିବା କୁହାଯାଉଛି । ଏବେ ସୁଦ୍ଧା ମିଳିଥିବା ପାଣିପାଗ ବିଭାଗ ସୂଚନା ମୁତାବକ, ଏବେ ଏହା ପାରାଦୀପ ଠାରୁ ୫୨୦ କିଲୋମିଟର ଦୂରରେ ରହିଛି । ସାଗରଦ୍ୱୀପଠାରୁ ଏହାର ଦୂରତା ୬୦୦ କିଲୋମିଟର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି