Masthead

ଦିନ ୧ଟା ସୁଦ୍ଧା ସରିବ ରାସ୍ତା ସଫା କାମ, ସନ୍ଧ୍ୟା ୬ଟା ସୁଦ୍ଧା ବିଦ୍ୟୁତସେବା ହେବ ସ୍ବାଭାବିକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ପୁଣି ବାତ୍ୟାର ସମୀକ୍ଷା କରିଛନ୍ତି। ଏନେଇ ସେ ଏକ ବୈଠକ କରିଥିଲେ। ଏଥିରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ଡିଜି ଓ୍ବାଇ ବି ଖୁରାନିଆ ଓ ସ୍ବତନ୍ତ୍ର ରିଲିଫ୍ କମିସନର୍ ପ୍ରମୁଖ ଉପସ୍ଥିତ ଅଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହୋଇଥିଲେ।ବାତ୍ୟା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜିରୋ କାଜୁଆଲିଟିରେ ସଫଳ ହୋଇଛୁ।

ସଫଳ ମୁକାବିଲା ପାଇଁ ସବୁ ବିଭାଗକୁ ସେ ପ୍ରଶଂସା କରିଛନ୍ତି। କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଦିନ ୧ଟା ସୁଦ୍ଧା ରାସ୍ତା ସଫା କାମ ସରିବ। ସନ୍ଧ୍ୟା ୬ଟା ସୁଦ୍ଧା ବିଦ୍ୟୁତସେବା ସ୍ବାଭାବିକ ହେବ।୬ ହଜାର ଗର୍ଭବତୀଙ୍କୁ ସ୍ଥାନାନ୍ତର କରାଯାଇଥିଲା । ବାତ୍ୟା କାଳରେ ୧୬ ଶହ ଶିଶୁ ଜନ୍ମ ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ବାତ୍ୟା ‘ଦାନା’ ଦ୍ବାରା ପ୍ରଭାବିତ ହେବାକୁ ଥିବା ୧୧ଟି ଜିଲ୍ଲା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ଯାଜପୁର ଜିଲ୍ଲାପାଳଙ୍କ ସହିତ ବାତ୍ୟା ମୁକାବିଲା ପ୍ରସ୍ତୁତିର ଅଗ୍ରଗତି ସଂପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଆଲୋଚନା କରିଥିଲ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ