Masthead

ପ୍ରବଳ ବର୍ଷା ନେଇ ସତର୍କତା, ୫ ଜିଲ୍ଲାରେ ସ୍କୁଲ ଛୁଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାତ୍ୟା ‘ଦାନା’ ପ୍ରଭାବରେ ରାଜ୍ୟର ବିଭିନ୍ନ ଭାଗରେ ପ୍ରବଳ ବର୍ଷା ଲାଗି ରହିଛି। ମୁଖ୍ୟତଃ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ବର୍ଷା ଜାରି ରହିଛି । ଫଳରେ ଏହି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । କଟକ ଓ ଭୁବନେଶ୍ୱରରେ ସାମାନ୍ୟ ବର୍ଷା ହେଉଥିବା ବେଳେ ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଳାରେ ବି ଝିପିଝିପି ବର୍ଷା ହେଉଥିବା ଜଣାଯାଇଛି ।

ଉପରୋକ୍ତ ଜିଲ୍ଲାଗୁଡ଼ିକରେ ଜୋରରେ ପବନ ବହୁଛି । ଆଜି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ସେପଟେ ବର୍ଷା କୁ ଆଖି ଆଗରେ ରଖି ଆଜି ପାଇଁ ୫ଟି ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଓ କେନ୍ଦୁଝର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ