Masthead

ଆଜି ବି ଏରିୟଲ ସର୍ଭେ କରିବେ ସିଏମ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବି ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ୨ୟ ଦିନରେ ବାଲେଶ୍ୱର ଓ ମୟୂରଭଂଜ ଜିଲ୍ଲା ପରିଦର୍ଶନ କରିବେ । ଲ୍ୟାଣ୍ଡଫଲ୍ କରିଥିବା ସ୍ଥାନ ହାବେଳୀଖଟିର ସ୍ଥିତି ମଧ୍ୟ ପରଖିବେ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ ଓ ଅନ୍ୟ ଅଧିକାରୀ ରହିବା ନେଇ ସୂଚନା । ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟାଞ୍ଚଳ ପରିଦର୍ଶନ କରିବା ପରେ ସନ୍ଧ୍ୟାରେ ଏସଆରସି କାର୍ଯ୍ୟାଳୟରେ ସ୍ଥିତି ସମୀକ୍ଷା କରିଛନ୍ତି। ଏହାସହ ସମସ୍ତ ଜିଲ୍ଲାପାଳଙ୍କୁ ନଭେମ୍ବର ୨ତାରିଖ ମଧ୍ୟରେ କ୍ଷୟକ୍ଷତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ରିପୋର୍ଟ ମିଳିବା ପରେ ତୁରନ୍ତ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି , ସମୁଦାୟ ୬ହଜାର ୨୧୦ଟି ଆଶ୍ରୟସ୍ଥଳୀରେ ୮ଲକ୍ଷରୁ ଅଧିକ ଲୋକ ରହିଥିଲେ, କିନ୍ତୁ ଏବେ ପ୍ରାୟ ସମସ୍ତେ ନିଜ ନିଜ ଘରକୁ ଫେରିଲେଣି । ଯେଉଁ କେତୋଟି ପଞ୍ଚାୟତରେ ପାଣି ଜମିରହିଛି, ସେଠାକାର ଲୋକମାନେ ଆଶ୍ରୟସ୍ଥଳୀରେ ରହିଛନ୍ତି। ୪୭୦ଟି ଆଶ୍ରୟସ୍ଥଳୀରେ ୩୦ହଜାର ଲୋକ ରହିଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

ସେହିପରି ବାତ୍ୟାରେ ପ୍ରଭାବିତ ହୋଇଥିବା ୯୮ ପ୍ରତିଶତ ବିଦ୍ୟୁତ ଉପଭୋକ୍ତାଙ୍କ ବିଦ୍ୟୁତ ଯୋଗାଣ ସ୍ୱାଭାବିକ ହୋଇଛି । ସମୁଦାୟ ୨୨ଲକ୍ଷ ୮୪ ହଜାର ଉପଭୋକ୍ତା ପ୍ରଭାବିତ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୨୨ଲକ୍ଷ ୩୨ ହଜାର ଉପଭୋକ୍ତାଙ୍କ ସଂଯୋଗ ସ୍ୱାଭାବିକ ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା