Masthead

ଷଣ୍ଢ ମାତିଛି

ବରୀ, (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ବରୀ ଅଞ୍ଚଳରେ ମାତିଛି ବୁଲାଷଣ୍ଢ । ଗୋଡାଇ ଗୋଡାଇ କରୁଛି ଆକ୍ରମଣ । ପୂର୍ବରୁ ବହୁ ଲୋକ ଆହତ ହୋଇଥଲେ । ବୁଧବାର ପୁଣି ଜଣେ ଆହତ ହୋଇଛନ୍ତି । ବାରମ୍ବାର ଅଭିଯୋଗ ପରେ ବି ପ୍ରଶାସନର ଦିନ ଭାଙ୍ଗୁନି । ବିଗତ ଦିନରେ ବୁଲା ଷଣ୍ଢ ଆକ୍ରମଣରେ ବରୀ ଅଞ୍ଚଳରେ ବିଭିନ୍ନ ଲୋକ ଗୁରୁତର ହୋଇ ମୃତ୍ୟୁବରଣ କରିଥିବା ନଜିର ରହିଛି । ଆଜି ଅରଙ୍ଗାବାଦ ପଞ୍ଚାୟତ କଣ୍ଠପୋଇ ଗ୍ରାମର ସୂର୍ୟ୍ୟକାନ୍ତ ଦାସ ବୁଲାଷଣ୍ଢ ଆକ୍ରମଣରେ ଗୁରୁତର ହୋଇଥିଲେ । ପରେ ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି । ପ୍ରଶାସନ କୌଣସି ପଦକ୍ଷେପ ନେଉନଥିବାରୁ ଜଣକ ପରେ ଜଣେ ବ୍ୟକ୍ତି ଷଣ୍ଢ ଆକ୍ରମଣରେ ଗୁରୁତର ହେଉଛନ୍ତି । ପ୍ରଶାସନ ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା